ରଜ ବଜାର ପାଇଁ ଅସମ୍ଭାଳ ଭିଡ଼

ଢେଙ୍କାନାଳ ଅଫିସ,୧୪।୬
(ରତନ ନାୟାର)
ଗଣପର୍ବ ରଜ ଉପଲକ୍ଷେ ଲୁଗାପଟା କିଣିବା ଲାଗି ଜନସାଧାରଣଙ୍କ ମଧ୍ୟରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଛି। ଏହାକୁ ନେଇ ଢେଙ୍କାନାଳର ପ୍ରମୁଖ ବଜାରରେ ମଙ୍ଗଳବାର ବିଳମ୍ବିତ ସନ୍ଧ୍ୟାରେ ଅସମ୍ଭାଳ ଭିଡ଼ ଜମିଥିବାବେଳେ ଟ୍ରାଫିକ୍‌ ଜାମ୍‌ ହୋଇଥିଲା।
ରଜରେ ନୂଆ ପୋଷାକ, ଅନ୍ୟାନ୍ୟ ସାମଗ୍ରୀ କିଣାଯିବା ପରମ୍ପରା ରହିଛି। ଏହାକୁ ନେଇ ଢେଙ୍କାନାଳ ସହରବାସୀ ସକାଳୁ ଦୋକାନମୁହଁା ହୋଇଥିଲେ। ଫଳରେ ବିଳମ୍ବିତ ସନ୍ଧ୍ୟାରେ ଟ୍ରାଫିକ୍‌ ଜାମ୍‌ ହୋଇଯାଇଥିଲା। ସହରର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନରେ ଦୀର୍ଘ ସମୟ ଧରି ଯାନବାହନ ଅଟକି ରହିଥିଲା। ଟ୍ରାଫିକ୍‌ ପରିଚାଳନାରେ ଆବଶ୍ୟକ ସଂଖ୍ୟକ ପୋଲିସ କର୍ମଚାରୀ ନିୟୋଜିତ ହୋଇ ନ ଥିବାରୁ ସ୍ଥିତି ଅସମ୍ଭାଳ ହୋଇପଡ଼ିଥିଲା। ବିଶେଷ କରି ରାସ୍ତା ଉପରେ ଦୁଇଚକିଆ ଯାନବାହନ ପାର୍କିଂ କରାଯାଉଥିବାରୁ କିଛିଦିନ ହେଲା ଏଭଳି ସମସ୍ୟା ସୃଷ୍ଟି ହେଉଥିବା ସହରର ବୁଦ୍ଧିଜୀବୀ କହିଛନ୍ତି। ଏ ଦିଗରେ ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri