ଅସହ୍ୟ ତାତି, ଜନଜୀବନ କଲବଲ: ଛାତ୍ରୀଛାତ୍ରଙ୍କୁ ଗ୍ରୀଷ୍ମକଷ୍ଟ, ବଢ଼ୁଛି ଅସନ୍ତୋଷ

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ ହୋଇ ପଡୁଥିବାରୁ ଜୀବନ ଦହଗଞ୍ଜ ହୋଇ ପଡ଼ିଛି। ବରଗଡ଼ ଜିଲାରେ ବର୍ତ୍ତମାନ ଏଭଳି ସ୍ଥିତି ପରିଲକ୍ଷିତ ହୋଇଛି। ଅନ୍ୟପଟେ ଆଗଭଳି ପଥପାର୍ଶ୍ୱରେ ପର୍ଯ୍ୟାପ୍ତ ଜଳଛତ୍ର ନ ଥିବାବେଳେ ରାସ୍ତାକଡ଼ରେ ଆଉ ସେଭଳି ବୃକ୍ଷରାଜି ନାହିଁ। ଫଳରେ ସହର ସମେତ ବିଭିନ୍ନ ସ୍ଥାନରେ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି।
ତାତିର ପ୍ରକୋପ ଯୋଗୁ ଘରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡୁଛି। ଯଦିଓ କେହି ବାହାରିଲେ ଛତା କିମ୍ବା ମୁଣ୍ଡରେ ଗାମୁଛା, ଓଢ଼ଣିର ଆଶ୍ରୟ ନେଇଥିବା ଦେଖିବାକୁ ମିଳୁଛି। ଏଭଳି ସ୍ଥଳେ ଥଣ୍ଡା ପାନୀୟ ଲସି, ସରବତ୍‌ ସମେତ ତରଭୁଜ, କାକୁଡ଼ି, ପଇଡ଼ର ଚାହିଦା ବଢ଼ିଛି। ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ତାତିକୁ ବେଖାତିର୍‌ କରି ଲୋକେ ଫୁଟ୍‌ପାଥ୍‌ରେ ତାହା ବିକ୍ରି କରୁଥିବା ପରିଲକ୍ଷିତ ହୋଇଛି। ତାତିରୁ ମୁକ୍ତି ପାଇଁ ପଥଚାରୀମାନେ ତାହା କିଣୁଥିବା ଦେଖିବାକୁ ମିଳୁଛି।
ତାତି ଏଭଳି ବଢ଼ି ଚାଲିଛି ଯେ, ତାହା ଜନଜୀବନକୁ କଲବଲ କରି ପକାଉଛି। ବେଳେବେଳେ ବିଦ୍ୟୁତ୍‌ କାଟ୍‌ ଆହୁରି ଦହଗଞ୍ଜ କରି ପକାଉଛି। ଏଭଳି ସ୍ଥିତିରେ ଅଂଶୁଘାତ ଆଶଙ୍କା ମଧ୍ୟ ରହିଛି। ସ୍କୁଲ, କଲେଜ ଛାତ୍ରୀଛାତ୍ରଙ୍କୁ ମଧ୍ୟ ତାତିରୁ ନିସ୍ତାର ମିଳୁ ନାହିଁ। ସକାଳୁଆ ପାଠପଢ଼ା ହୋଇଛି ସତ, କିନ୍ତୁ ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ଛୁଟି ହେଉଛି। ସେତେବେଳେ ତାତିର ପ୍ରକୋପ ଅଧିକ ରହିଥିବାରୁ ସ୍କୁଲରୁ ଘରକୁ ପହଞ୍ଚିବା ଛାତ୍ରୀଛାତ୍ରଙ୍କ ପାଇଁ କାଠିକର ପାଠ ହୋଇପଡୁଛି।
ଏଭଳି ସ୍ଥିତିରେ ପଡ଼ୋଶୀ ଜିଲାରେ ଆସନ୍ତା କିଛିଦିନ ପାଇଁ ଜିଲାପାଳମାନେ ସ୍କୁଲ, କଲେଜ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ଏପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇ ନାହିଁ। ଏହାକୁ ନେଇ କେତେକ ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରି କି ତାତି ସତ୍ତ୍ୱେ ଛୁଟି ଘୋଷଣା କରାଯାଇ ନ ଥିବାରୁ ସୋସିଆଲ ମିଡ଼ିଆରେ ପ୍ରଶାସନକୁ ସମାଲୋଚନା କରାଯାଉଥିବା ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?