ଅସହ୍ୟ ଜାଡ଼: ପାଣିରେ ହାତ ଦେବା ହୋଇପଡ଼ୁଛି କଷ୍ଟ

ଦାରିଙ୍ଗବାଡି,୧୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଜାଡ଼ ଜାରି ରହିଛି। ମଧ୍ୟରାତ୍ରିରୁ ଜାଡ଼ ବୃଦ୍ଧି ପାଇବା ସହ ଦିନ ୧୧ ପର୍ଯ୍ୟନ୍ତ ଥରାଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହେଉଛି। ପାଣିରେ ହାତ ଦେବା କଷ୍ଟ ହୋଇପଡ଼ୁଥିବାବେଳେ ଦୈନନ୍ଦିନ ଜୀବନରେ ଚଳଣିରେ ପରିବର୍ତ୍ତନ ହେଉଥିବା ସ୍ଥାନୀୟ ଅଞ୍ଚଳବାସୀ ମତ ରଖିଛନ୍ତି। ହାତ ଗୋଡ଼ କାଲୁଆ ମାରୁଥିବାରୁ ସନ୍ଧ୍ୟାରୁ ନିଆଁ ଓ ଦିନରେ ଖରା ଭରସା ବୋଲି ସ୍ଥାନୀୟ ବାସିନ୍ଦା ଶୁକଦେବ ପ୍ରଧାନ କହିଛନ୍ତି। ସକାଳୁ ଉଠି ନିୟମିତ ଯୋଗ, ଖେଳକୁଦ, ପ୍ରାତଃଭ୍ରମଣ ଆଦି କରି ଶରୀରକୁ ଫିଟ ରଖିବାକୁ ପଡୁଛି। ସେପଟେ ଗରିବରେଖା ତଳେ ରହିଥିବା ଲୋକ ଦୈନିକ କାମଧନ୍ଦା ଗଲେ ୨ ଓଳି ୨ ମୁଠା ଖାଦ୍ୟ ମିକୁଥିବା ପରିବାରଙ୍କ ଅବସ୍ଥା ଶୋଚନୀୟ ହୋଇପଡିଛି। ଏବେ କାମଧନ୍ଦା ଯିବା ମୁସ୍କିଲ ହୋଇପଡିଛି। ତେବେ ଦାରିଙ୍ଗବାଡିରେ ଶୀତର ମଜା ନେବାକୁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ରାତ୍ରୀଯାପନ, ଜଙ୍ଗଲ ଟ୍ରାକିଂ କରି ପର୍ଯ୍ୟଟକ ଦାରିଙ୍ଗବାଡିର ସୁନ୍ଦର ପରିବେଶର ମଜା ନେଉଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri