ଅନ୍‌ଲକ୍‌ ୨.୦ ଗାଇଡ୍‌ଲାଇନ୍‌ ଜାରି

ନୂଆଦିଲ୍ଲୀ,୨୯ା୬: ଅନ୍‌ଲକ୍‌ ୧.୦ ସମୟସୀମା ମଙ୍ଗଳବାର ଶେଷ ହେଉଥିବା ବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲକ୍‌ (ଅନ୍‌ଲକ୍‌ ୨.୦) ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହା ଜୁଲାଇ ୧ରୁ ୩୧ ପର୍ଯ୍ୟନ୍ତ ସାରାଦେଶରେ କାର୍ଯ୍ୟକାରୀ ହେବ। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ମିଳିଥିବା ପରାମର୍ଶ ଆଧାରରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ସଂଶୋଧିତ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହି ପର୍ଯ୍ୟାୟରେ ପୂର୍ବଭଳି ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ସେହିପରି ବିଭିନ୍ନ ଧାର୍ମିକ ଅନୁଷ୍ଠାନଗୁଡ଼ିକ ମଧ୍ୟ ସର୍ବସାଧାରଣଙ୍କ ଲାଗି ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ କୁହାଯାଇଛି। ଆବଦ୍ଧାଞ୍ଚଳରେ କେବଳ ଅତ୍ୟାବଶ୍ୟକ ସେବାକୁ ଅନୁମତି ଦିଆଯାଇଛି।
ଅନ୍‌ଲକ୍‌ ୨.୦ରେ ଘରୋଇ ବିମାନ ଓ ଯାତ୍ରୀବାହୀ ଟ୍ରେନ ଚଳାଚଳ ବୃଦ୍ଧିପାଇବ। ହୋଟେଲ, ରେଷ୍ଟୁରାଣ୍ଟ ଏବଂ ଅନ୍ୟାନ୍ୟ ଆତିଥେୟତା ସେବା ଏବଂ ଆବଦ୍ଧାଞ୍ଚଳରେ ସପିଙ୍ଗ ମଲ୍‌ ବନ୍ଦ ରହିବ। ଯେଉଁ ଅଞ୍ଚଳରେ ଦୋକାନଗୁଡ଼ିକ ଖୋଲା ରହିବ, ସେଠାରେ ଏକସଙ୍ଗରେ ୫ରୁ ଅଧିକ ଲୋକଙ୍କୁ ଏକାଠି ହେବାକୁ ଦିଆଯିବ ନାହିଁ। ଦୋକାନରେ ପର୍ଯ୍ୟାପ୍ତ ସାମାଜିକ ଦୂରତା ବଜାୟ ରଖିବା ଲାଗି ନିର୍ଦ୍ଦେଶାବଳୀରେ କୁହାଯାଇଛି। କେବଳ ବନ୍ଦେ ଭାରତ ମିଶନରେ ଅନ୍ତର୍ଜାତୀୟ ଉଡ଼ାଣ ଲଶଗି ସୀମିତ ଅନୁମତି ଦିଆଯାଇଛି। ତେବେ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ସିନେମା ହଲ୍‌, ଜିମ୍ନାସିୟମ୍‌, ସ୍ବିମିଂ ପୁଲ୍‌, ପ୍ରମୋଦ ଉଦ୍ୟାନ, ଥିଏଟର, ବାର୍‌ସ, ଅଡିଟୋରିୟମ୍ସ, ସଭାଗୃହ ଆଦିି ବନ୍ଦ ରହିବ। ସେହିପରି ଆବଦ୍ଧାଞ୍ଚଳରେ ମେଟ୍ରୋସେବାକୁ ଅନୁମତି ମିଳିବ ନାହିଁ। ସାମାଜିକ, ରାଜନୈତିକ, କ୍ରୀଡ଼ା, ମନୋରଞ୍ଜନ, ଶିକ୍ଷା, ସଂସ୍କୃତି, ଧାର୍ମିକ କାର୍ଯ୍ୟକ୍ରମ ଭଳି ବଡ଼ ସମାବେଶକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଅନୁମତି ଦିଆଯିବନାହିଁ।
ଆନ୍ତଃରାଜ୍ୟ ଓ ଅନ୍ତଃରାଜ୍ୟରେ ଲୋକ ଓ ସାମଗ୍ରୀ ପରିବହନ ଉପରେକୌଣସି କଟକଣା ଜାରି କରାଯାଇନାହିଁ। ଏଥିପାଇଁ ସ୍ବତନ୍ତ୍ର ଅନୁମତି କିମ୍ବା ମଞ୍ଜୁରୀ ବା ଇ-ପର୍‌ମିଟ୍‌ର ଆବଶ୍ୟକତା ପଡ଼ିବ ନାହିଁ। ଅନ୍‌ଲକ୍‌ ୨.୦ରେ ରାତ୍ରୀକାଳୀନ କର୍ଫ୍ୟୁ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଜାରିରହିବ। ତେବେ ଏହି ସମୟ ମଧ୍ୟରେ ଅତ୍ୟାବଶ୍ୟକ କାର୍ଯ୍ୟକଳାପରେ କୋହଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri