ଜଳ ନିଷ୍କାସନ ପଥରୁ ଅବରୋଧ ହଟିଲା

ମାର୍ଶାଘାଇ,୧୩।୮ (ଡି.ଏନ.ଏ): ମାର୍ଶାଘାଇ ବ୍ଲକ ବେରୁହଁା ଦଳିତସାହିର ଲୋକ ସପ୍ତାହେ ଧରି ଜଳବନ୍ଦୀ ଅବସ୍ଥାରେ ଥିଲେ। ଶୁକ୍ରବାର ଏହି ସମସ୍ୟା ଦୂର ହୋଇଛି। ପାଣି ଜମି ରହିବାରୁ ସପ୍ତାହେ ହେଲା ପିଲାମାନେ ବିଦ୍ୟାଳୟ ଓ ପିଇବା ପାଣି ପାଇଁ ନଳକୂପକୁ ଯିବାରେ ଘୋର ଅସୁବିଧା ହେଉଥିଲା। ସାହିରେ ଥିବା କଂକ୍ରିଟ ରାସ୍ତା ଉପରେ ଆଣ୍ଠୁଏ ପାଣି ଜମି ରହିଥିଲା। ୭୦ ଘର ଥିବା ଏହି ଦଳିତ ସାହିର କେତେଜଣ ଲୋକ ନିଜ ଘର ଆଗ ସରକାରୀ ଜାଗାରେ ମାଟି ପକାଇ ଉଚ୍ଚା କରିଛନ୍ତି। ଫଳରେ ପ୍ରାକୃତିକ ଜଳ ନିଷ୍କାସନ ପଥ ଅବରୋଧ ହୋଇଥିଲା। କଚା ଘର କାନ୍ଥ ମୂଳରେ ପାଣି ରହି ଭୁଶୁଡିବା ଅବସ୍ଥାରେ ଥିଲା। ଗତ ୮ ତାରିଖରେ ବେରୁହଁା ପଞ୍ଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଦଳିତ ସାହିର ଲୋକ ପହଞ୍ଚତ୍ ତହସିଲଦାରଙ୍କୁ ଅଭିଯୋଗ କରିଥିଲେ। ଶୁକ୍ରବାର ଅତିରିକ୍ତ ତହସିଲଦାର ଅଶୋକ କୁମାର ବେହେରା, ତାଳସଙ୍ଗା ରାଜସ୍ବ ନିରୀକ୍ଷକ ଅନନ୍ତ ମହାରଣା ଓ ପୋଲିସ ମିଳିତ ଭାବେ ଗଁାରେ ପହଞ୍ଚତ୍ ଜେସିବି ସାହାଯ୍ୟରେ ଅବରୋଧ ସ୍ଥଳଙ୍କୁ ହଟାଇ ଜଳ ନିଷ୍କାସନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri