ମରାମତି ସତ୍ତ୍ୱେ ପାଠପଢ଼ା ନେଇ ଅନିଶ୍ଚିତତା

ରଘୁନାଥପୁର,୪ା୧୧(ଡି.ଏନ୍‌.ଏ.):ରଘୁନାଥପୁର ବ୍ଲକ ରାଢଙ୍ଗ ଉଚ୍ଚ ବିଦ୍ୟାଳୟର ୩ ଶ୍ରେଣୀଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ଗତ ୫ ବର୍ଷ ତଳୁ ଉକ୍ତ ଗୃହରେ ଶିକ୍ଷାଦାନ ବନ୍ଦ ରହିଛି। ଗୋଟିଏ ଛାତ ତଳେ ଥିବା ଉକ୍ତ ଶ୍ରେୀଣୀଗୃହଗୁଡ଼ିକରୁ ଗୋଟିଏ ବଖରା ମରାମତି ସତ୍ତ୍ୱେ ଉକ୍ତ ଗୃହରେ ପାଠପଢ଼ା ନେଇ ଅନିଶ୍ଚିତତା ଦେଖାଦେଇଛି। କାରଣ ଅନ୍ୟ ଦୁଇ ବଖରା ଶ୍ରେଣୀଗୃହର ବିଭିନ୍ନ ସ୍ଥାନରେ କାନ୍ଥ ଫାଟି ଆଁ କରିଛି। ଛାତରୁ ପାଣି ଲିକ୍‌ କରି ପ୍ଲାଷ୍ଟର ଖଣ୍ଡ ସବୁ ଝୁଲି ରହିଛି। ଏଣୁ ଗୋଟିଏ ଛାତ ତଳେ ମରାମତି କରାଯାଇଥିବା ଉକ୍ତ ଗୃହରେ ଛାତ୍ରୀଛାତ୍ରମାନେ ବସି ପାଠପଢିବା ନିରାପଦ ନୁହେଁ ବୋଲି ଗ୍ରାମବାସୀ ପ୍ରକାଶ କରିଛନ୍ତି।
ଉକ୍ତ ସ୍କୁଲଟି ସରକାରୀ ହୋଇ ନ ଥିବାରୁ ଅନୁଦାନ ପାଇବାରୁ ବଞ୍ଚତ୍ତ ହୋଇଛି। ବ୍ଲକ ଏସ୍‌ଏଫସି ଟଙ୍କାରେ ୨ ଲକ୍ଷ ଟଙ୍କା ଅନୁଦାନରେ ଉକ୍ତ ଗୃହକୁ ମରାମତି କରାଯାଇଛି। ଆଗାମୀ ଦିନରେ ପୁଣି ଅନୁଦାନ ମିଳିଲେ ଉପରୋକ୍ତ ୨ ଶ୍ରେଣୀଗୃହକୁ ମରାମତି କରାଯିବ ବୋଲି ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ସୁଶାନ୍ତ ଜେନା କହିଛନ୍ତି। ଏ ସମ୍ପର୍କରେ ପ୍ରଧାନଶିକ୍ଷକ ନିରଞ୍ଜନ ମହାନ୍ତି କୁହନ୍ତି, ବର୍ତ୍ତମାନ ଯେଉଁଠି ପିଲାମାନେ ବସି ପାଠପଢୁଛନ୍ତି ସେ ଗୃହର ମରାମତି କରିବା ଜରୁରୀ ହୋଇପଡ଼ିିଛି। ତେବେ ମରାମତି ହୋଇଥିବା ଗୃହରେ ପାଠପଢ଼ାଯିବା ସମ୍ପର୍କରେ ଏସ୍‌ଏମଡିସିର ନିଷ୍ପତ୍ତି ଉପରେ ନିର୍ଭର କରେ ବୋଲି ସେ କହିଛନ୍ତି। କେଉଁଠୁ ଅନୁଦାନ ଆସି ମାତ୍ର ଗୋଟିଏ ବଖରା ଗୃହକୁ ମରାମତି କରାଯାଇଛି ସେ ସମ୍ପର୍କରେ କିଛି ଜାଣିନାହାନ୍ତି ବୋଲି ସ୍ଥାନୀୟ ସରପଞ୍ଚ ସୁଶୀଳ ବାରିକ ପ୍ରକାଶ କରିଛନ୍ତି। ଉପରୋକ୍ତ ଶ୍ରେଣୀଗୃହ ପିଲାଙ୍କ ପାଠପଢିବା ପାଇଁ ନିରାପଦ ନୁହେଁ ବୋଲି ସ୍କୁଲ ତଦାରଖ ଦାୟିତ୍ୱରେ ଥିବା ସିଆରସିସି ତରୁଣ କୁମାର ଜେନା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଉଚ୍ଚ କତ୍ତୃପକ୍ଷଙ୍କୁ ସେ ଅବଗତ କରାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ...

ଶୀତରେ ଥରୁଛି ଜି. ଉଦୟଗିରି: ଲୋକଙ୍କ ପାଇଁ ନିଆଁ ହିଁ ସାହା ଭରସା

ଜି.ଉଦୟଗିରି,୭।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସବୁଜ ସୁନ୍ଦର ଚତୁଃପାର୍ଶ୍ୱରେ ପାହାଡ଼ ପର୍ବତ ଘେରି ରହିଥିବା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ ତାପମାତ୍ରା...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଏମିତି ବି ଆସେ ମୃତ୍ୟୁ: ସକାଳୁ ସକାଳୁ ବୁଲି ବାହାରି ପଡ଼ିଥିଲେ ଦମ୍ପତି, ସ୍ବାମୀଙ୍କ ଆଖିଆଗରେ…             

ବୌଦ୍ଧ ୮।୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା ଅନ୍ତର୍ଗତ ମାର୍ଦିଙ୍ଗ ଗ୍ରାମ ନିକଟସ୍ଥ ବୁଲାଣି...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri