ଆଦର୍ଶ ବିଦ୍ୟାଳୟ ଛାତ୍ରୀନିବାସ ନିର୍ମାଣରେ ଅନିଶ୍ଚିତତା

ରସୁଲପୁର,୧୨ା୯(ରଞ୍ଜିତ ରାଉତ): ପ୍ରତି ବ୍ଲକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ହେବ। ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲା ରସୁଲପୁର ବ୍ଲକ ଆଦର୍ଶ ବିଦ୍ୟାଳୟ କଲଣ ଠାରେ ୨୦୨୧-୨୨ ଶିକ୍ଷାବର୍ଷରୁ ଆରମ୍ଭ ହୋଇଛି। ବିଦ୍ୟାଳୟର ଶ୍ରେଣୀ ଗୃହ, ରୋଷଶାଳା, ଛାତ୍ରୀଛାତ୍ର ନିବାସ, ସାଇକେଲ ଷ୍ଟାଣ୍ଡ ଆଦି ନିର୍ମାଣ ପାଇଁ ପ୍ରସ୍ତାବ ରହଛି । ଏ ସବୁ ପ୍ରକଳ୍ପର ନିର୍ମାଣ ଦାୟିତ୍ୱ ପୂର୍ତ୍ତ ବିଭାଗ ହାତରେ ଅଛି । ଏପରି କି ସବୁ ପ୍ରକଳ୍ପ ପାଇଁ ବ୍ୟୟ ବରାଦ ସରିଛି । ସେଥିମଧ୍ୟରୁ ୧ଶହ ଶର୍ଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ନିର୍ମାଣ ହେବ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗତ ଜୁନ୍‌ ୨୪ରେ ଉକ୍ତ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି । ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ଏହି ପ୍ରକଳ୍ପକୁ ଶିଳାନ୍ୟାସ କରିଛନ୍ତି  । ସୂଚନା ଫଳକ ପ୍ରସ୍ତାବିତ ସ୍ଥାନରେ ଲାଗିଛି। ହେଲେ ଶିଳାନ୍ୟାସର ଅଢେଇ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ନିର୍ମାଣ ସଂକ୍ରାନ୍ତରେ ବିଭାଗ ନିକଟରେ କୌଣସି ସୂଚନା ନାହିଁ । ଏବେ ବି ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟକୁ ନେଇ ଅନିଶ୍ଚିତତା ଜାରି ରହିଥିବା ବିଭାଗୀୟ ଅଧିକାରୀ କହିଛନ୍ତି ।

ଆଦର୍ଶ ବିଦ୍ୟାଳୟ ଖୋଲିବାକୁ ୨ବର୍ଷ ବିତି ସାରିଲାଣି। ଏବେ ବି ତାର ନିଜସ୍ବ କୋଠା ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇପାରୁ ନାହିଁ । ଗୋପାଳପୁରସ୍ଥିତ ପୂର୍ତ୍ତ ବିଭାଗ ଅଧୀନ ଏହି ବିଦ୍ୟାଳୟର କୋଠା ନିର୍ମାଣ ଅବଧି ଡିସେମ୍ବରରେ ଶେଷ ହେବ । ଏବେ ସୁଧା ନିର୍ମାଣଧୀନ କୋଠା ଭୂଇଁରୁ ଉଠି ପାରୁନାହିଁ। ତେଣେ ପ୍ରସ୍ତାବିତ ଛାତ୍ରୀ ନିବାସ ନିର୍ମାଣ ଅବସ୍ଥା ତା’ଠାରୁ ବଳି ପଡିଛି । ଏହି ପ୍ରକଳ୍ପ ନିର୍ମାଣକୁ ନେଇ ହୋଇଥିବା ବ୍ୟୟବରାଦ, ଆକଳନ, ଟେଣ୍ଡର ଅର୍ଥର ପରିମାଣ, କେତେ ଶତକଡା କମ୍‌ରେ ଟେଣ୍ଡର ପାସ ହୋଇଛି, କାର୍ଯ୍ୟର ଏଜେନ୍ସି, କାର୍ଯ୍ୟ ଆରମ୍ଭ ଓ ଶେଷ ହେବାର ଅବଧି ଆଦି ଯାବତୀୟ ସୂଚନା ବିଭାଗ ନିକଟରେ ଉପଲବ୍ଧ ହୋଇପାରୁ ନାହିଁ । ପ୍ରକଳ୍ପକୁ ନେଇ ଟେଣ୍ଡର ପ୍ରକ୍ରିୟା ସରିଛି । ଏ ନେଇ ଆବଶ୍ୟକ କାଗଜପତ୍ର ଉପରିସ୍ଥ ଅଧିକାରୀଙ୍କ କାର୍ଯ୍ୟାଳୟରୁ ତଳିଆ କାର୍ଯ୍ୟାଳୟକୁ ଆସିନାହିଁ। ପ୍ରକଳ୍ପକୁ ନେଇ ବିଭାଗୀୟ ଅଧିକାରୀଙ୍କ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ତଦାରଖ ଦାୟିତ୍ୱରେ ଥିବା ଅଧିକାରୀଙ୍କ ନିକଟକୁ ଏ ନେଇ କୌଣସି ସୂଚନା ନ ଆସିବା ବିବାଦ ସୃଷ୍ଟି କରିଛି ।
ଏ ନେଇ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ନରୋତ୍ତମ ଦାସଙ୍କୁ ପଚାରିବାରୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କେବେ ଆରମ୍ଭ ହେବ ସେ ସଂକ୍ରାନ୍ତରେ ମୁଁ କୌଣସି ସ୍ପଷ୍ଟ ସୂଚନା ଦେଇ ପାରିବି ନାହିଁ । ମୋ ପାଖରେ କୌଣସି ତଥ୍ୟ ନାହିଁ । ସମୟ ଦେଲେ ଉପରିସ୍ଥ ଅଧିକାରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗ କରି ଜଣାଇବି  । ପ୍ରକଳ୍ପକୁ ନେଇ ଠିକାସଂସ୍ଥା ସହ ଚୁକ୍ତିନାମା ହେବା ସମୟରେ ମୋ ପାଖକୁ ସବିଶେଷ ତଥ୍ୟ ଆସିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?