ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି। ହିଞ୍ଜିଳିକାଟୁ ସହରରେ ଗତ ଶନିବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷରେ ଉଭୟ ପକ୍ଷର ବହୁ ବ୍ୟକ୍ତି ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି । ଜଣେ ବ୍ରହ୍ମପୁର ବଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଗୋଟିଏ ପକ୍ଷର ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ମାନେ ହେଲେ ହିଞ୍ଜିଳିକାଟୁ ପୌରାଞ୍ଚଳ ଶଶିଭୂଷଣ ମାର୍ଗର ବନମାଳୀ ନାଇକ(୨୦), ଜିତୁ ବେହେରା (୧୯) ଓ ସୁମନ ମୁଖି(୨୦)। ଗିରଫ ମାନଙ୍କ ବିରୋଧରେ ହତ୍ୟା ଉଦ୍ୟମ ଭଳି ସଙ୍ଗୀନ ମାମଲାରେ ପୋଲିସ କୋର୍ଟ ଚାଲାଣ କରିଛି।
ପ୍ରକାଶ ଯେ, ଶନିବାର ରାତି ପ୍ରାୟ ୧୦ଟାରେ ଜୟ ମଙ୍ଗଳ ସାହିର ଅଚି ବେହେରା ସୁନାମୀ ଢିମିରା ଅଞ୍ଚଳରୁ ଫେରୁଥିବା ବାଟରେ ୬ରୁ ଉଦ୍ଧର୍‌ବ ଯୁବକ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଅଚି ଉପରେ ଆକ୍ରମଣ କରିଥିଲେ। ଏହି କଥା ଅଚି ଆସି ତାଙ୍କର ସାହି ଲୋକଙ୍କୁ ଜଣାଇଥିଲେ। ସାହିର କିଛି ବ୍ୟକ୍ତି ଏହାକୁ ନେଇ ଆକ୍ରମଣ କରିଥିବା ବ୍ୟକ୍ତିମାନଙ୍କୁ ପଚାରିବାରୁ ସେମାନେ ସଙ୍ଗବଦ୍ଧ ହୋଇ ଆକ୍ରମଣ କରିଥିବା ଅଚି ଥାନାରେ ଅଭିଯୋଗ କରିଛନ୍ତି। ଥାନାରେ ନଂ ୩୯୪/୨୪ରେ ୭ରୁ ଉଦ୍ଧର୍‌ବ ବ୍ୟକ୍ତି ଙ୍କ ବିରୋଧରେ ମାମଲା ରୁଜୁ ହୋଇଛି।
ଅନ୍ୟ ପକ୍ଷରେ ଲିପୁ ଦାସ ଏକ ପାଲଟା ଅଭିଯୋଗ କରିଛନ୍ତି ଯେ, ଶନିବାର ରାତି ରେ ସେ ଓ ତାଙ୍କ ସାଙ୍ଗ ଜଗନ ପଟ୍ଟନାୟକ ଘରେ କଥା ହେଉଥିଲେ। ଏହି ସମୟରେ ୨ଜଣ ଏକ ବାଇକରେ ଘର ସାମ୍ନାକୁ ଆସି ଅଶ୍ଲୀଳ ଭାଷାରେ ଗାଳି ଗୁଲଜ କରିବା ସହ ଧମକ ଦେଇଥିଲେ। ସେମାନେ ଏହାର ପ୍ରତିବାଦ କରିବାରୁ ଖଣ୍ଡା, ଛୁରି ଓ ଠେଙ୍ଗା ଭଳି ମାରଣାସ୍ତ୍ର ଧରି ପ୍ରାୟ ୧୨ ରୁ ୧୫ ଜଣ ସଂଘବଦ୍ଧ ଭାବରେ ଲିପୁ ଓ ଜଗନଙ୍କ ଉପରେ ମରଣାତ୍ମକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଉଭୟ ଲିପୁ ଓ ଜଗନ ଗୁରୁତର ଆହତ ହୋଇଛନ୍ତି। ତେବେ ଜଗନଙ୍କ ଅବସ୍ଥା ଅତ୍ୟଧିକ ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଲିପୁଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନା ରେ ନଂ: ୩୯୬/୨୪ରେ ହତ୍ୟା ଉଦ୍ୟମ ଭଳି ସଙ୍ଗୀନ ମାମଲା ରୁଜୁ ହୋଇଛି। ସୋମବାର ପୋଲିସ ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଛି।
ପ୍ରକାଶ ଯେ, ପୂର୍ବରୁ ବିଭିନ୍ନ ଯାତ୍ରା ଓ ଦଣ୍ଡ ନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ, ବିବାଦ ଓ ମାରପିଟ ହୋଇଥିଲା। ଉଭୟ ଗୋଷ୍ଠୀର ବହୁ ଯୁବକ ଗିରଫ ଭୟରେ ଲୁଚି ବୁଲୁଥିବା ରହିଥିବା ବେଳେ ଉଭୟ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଓ ଅଶାନ୍ତି ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri