ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗୁରୁବାର ଠାରୁ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ପରୀକ୍ଷା ଦେବା ପାଇଁ ଗୌତମଙ୍କୁ  ଆଡମିଟ କାର୍ଡ ମିଳିଛି । ୫୦ ପ୍ରତିଶତ ଦିବ୍ୟାଙ୍ଗ ଥିବା ନେଇ ତାଙ୍କ ସାର୍ଟିଫିକେଟ ରହିଛି । ସେ ସଠିକ ଭାବେ ଲେଖି ପାରୁନଥିବା କାରଣରୁ ତାଙ୍କ ତରଫରୁ କିଏ ଲେଖିବେ ଉତ୍ତର ଖାତା ତାହାକୁ ନେଇ ମଙ୍ଗଳବାର ସୁଦ୍ଧା କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇପାରିନଥିବା ଗୌତମଙ୍କ ବାପା ଭଗବାନ ମହାନ୍ତି କ୍ଷୋଭର ସହ କହିଛନ୍ତି ।

ଏନେଇ ପୂର୍ବରୁ ସେ ହାଇସ୍କୁଲ ପ୍ରଧାନଶିକ୍ଷୟତ୍ରୀଙ୍କୁ ଜଣାଇଥିଲେ ମଧ୍ୟ ଏଯାଏଁ ତାଙ୍କ ପୁଅ ପାଇଁ କିଏ ପରୀକ୍ଷା ହଲ ରେ ବସିବେ ସେ ନେଇ ଜାଣିନଥିବା ଉଲ୍ଲେଖ କରିଛନ୍ତି । ବୋର୍ଡ କର୍ତ୍ତୃପକ୍ଷଙ୍କ ନିୟମ ଅନୁସାରେ ଯେଉଁ ଦିବ୍ୟାଙ୍ଗ ଛାତ୍ରୀଛାତ୍ର ଲେଖି ପାରୁନାହାନ୍ତି ସେମାନଙ୍କ ନିମନ୍ତେ ନିମ୍ନ ଶ୍ରେଣୀର ଜଣେ ଛାତ୍ରୀ କିମ୍ବା ଛାତ୍ର ପରୀକ୍ଷା ହଲରେ ବସି ସେ କହିବା ପ୍ରକାରେ ଉତ୍ତର ଲେଖିବା ନିୟମ ରହିଛି। ଏନେଇ ପ୍ରଧାନଶିକ୍ଷୟତ୍ରୀ ପ୍ରତିମା ରଇତଙ୍କୁ ଯୋଗାଯୋଗ କରିବାରୁ ସେ ଏନେଇ ଗଞ୍ଜାମ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ଜଣାଇଥିବା କହିଛନ୍ତି ।

ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀଙ୍କୁ ପଚାରିବାରୁ ଗୌତମ ପଢୁଥିବା ହାଇସ୍କୁଲର ପରୀକ୍ଷାକେନ୍ଦ୍ରରେ ସେ ପରୀକ୍ଷା ଦେବେ । ତାଙ୍କ ପାଇଁ ପରୀକ୍ଷା ହଲରେ ବସିବାକୁ ଜଣେ ନିମ୍ନ ଶ୍ରେଣୀର ଛାତ୍ରଙ୍କୁ ଚୟନ କରାଯାଇଛି । ଚିହ୍ନଟ ପାଇଁ ତାଙ୍କ ଆଧାର କାର୍ଡ ଓ ସ୍କୁଲ ପରିଚୟପତ୍ର ନକଲ ସଂଗ୍ରହ କରାଯାଇଛି । ନିୟମ ପ୍ରକାରେ ଉତ୍ତର ଲେଖିବା ପାଇଁ ତାଙ୍କୁ ଘଣ୍ଟା ପ୍ରତି ୨୦ ମିନିଟ ହିସାବକୁ ନେଇ ୫୦ ମିନଟ ଅତିରିକ୍ତ ସମୟ ଦିଆଯିବ। ହାଇସ୍କୁଲ ପ୍ରଧାନଶିକ୍ଷୟତ୍ରୀ ଏବଂ ପରୀକ୍ଷା ନିୟନ୍ତ୍ରକଙ୍କ ତତ୍ତ୍ଵାବଧାନରେ ପରୀକ୍ଷା କାର୍ଯ୍ୟ ଶୃଙ୍ଖଳାରେ କରାଯିବା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଥିବା ସେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri