ବ୍ୟାଙ୍କରେ ବଢୁଛି ଦାବିବିହୀନ ଜମାରାଶି

ଭୁବନେଶ୍ୱର,୨୦।୧୨(ଅଭୟ ଦାଶ): ଗତ କିଛି ବର୍ଷ ହେଲା କ୍ରମାଗତ ଭାବେ ଦେଶର ଉଭୟ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଦାବିବିହୀନ ଜମାରାଶିର ପରିମାଣ ବୃଦ୍ଧି ପାଉଛି। ଏପରିକି ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଉଭୟ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ମୋଟ ୪୨,୨୭୨ କୋଟି ଟଙ୍କାର ଜମାରାଶି ରହିଥିବା ଜଣାପଡ଼ିଛି। ମଙ୍ଗଳବାର ରାଜ୍ୟ ସଭାର ଏକ ଅଣ ତାରକା ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭଗଓ୍ବତ କେ କରାଡ କହିଛନ୍ତି, କ୍ରମାଗତ ଭାବେ ବୃଦ୍ଧି ପାଉଥିବା ଦାବିବିହୀନ ଜମା ରାଶିର ସମାଧାନ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଏପରିକି ଉକ୍ତ ଜମା ରାଶିର ପରିବାରଜନଙ୍କୁ ଖୋଜି ବାହାରକରିବା ସହ ହିତାଧିକାରୀଙ୍କ ପ୍ରକୃତ ଉତ୍ତରାଧିକାରୀଙ୍କୁ ବ୍ୟାଙ୍କରେ ଜମାହୋଇ ରହିଥିବା ଟଙ୍କା ଫେରାଇଦେବା ଆର୍‌ବିଆଇ ପକ୍ଷରୁ ବିଭିନ୍ନ ପ୍ରକାର ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ସେହିଭଳି ଉଭୟ ଘରୋଇ ଓ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ମଧ୍ୟ ଉକ୍ତ ଘଟଣାର ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଆର୍‌ବିଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଉଲ୍ଲେଖଯୋଗ୍ୟ, କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସଭାରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ କରାଡଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟ ଅନୁସାରେ ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ଦେଶର ବିଭିନ୍ନ ପ୍ରାନ୍ତର ଉଭୟ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କଗୁଡିକରେ ମୋଟ ୪୨,୨୭୨ କୋଟି ଟଙ୍କା ଜମା ହୋଇରହିଛି। ଏପରିକି ୨୦୨୨ ସମାନ ଅବଧିରେ ମଧ୍ୟ ମୋଟ ୩୨,୯୩୪ କୋଟି ଟଙ୍କା ଉଭୟ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କଗୁଡିକରେ ଜମା ହୋଇରହିଥିଲା। ସେହିଭଳି ୨୦୨୨ ମାର୍ଚ୍ଚ ତୁଳନାରେ ୨୦୨୩ ମାର୍ଚ୍ଚରେ ମୋଟ ଜମାର ଅଭିବୃଦ୍ଧି ପ୍ରାୟ ୨୮% ହୋଇଛି ବୋଲି ମନ୍ତ୍ରୀ ବିସ୍ତୃତ ଭାବେ ଉଲ୍ଲେଖ କରିଛନ୍ତି। ସେହିପରି ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ମୋଟ ୩୬୧୮୫ କୋଟି ଟଙ୍କା ଜମା ହୋଇଥିଲାବେଳେ ଘରୋଇ ବ୍ୟାଙ୍କରେ ମୋଟ ୬୦୮୭ କୋଟି ଟଙ୍କା ଜମା ହୋଇରହିଛି। ସୂଚନାଯୋଗ୍ୟ, ପ୍ରତି ବର୍ଷ କିମ୍ବା ୧୦ବର୍ଷରୁ ଅଧିକ ସମୟ ଧରି କାରବାର ହୋଇ ନ ଥିବା ବ୍ୟାଙ୍କ ଖାତା (ଜମାରାଶି)ର ହିତାଧିକାରୀଙ୍କ ନାମରେ ଏକ ସ୍ବତନ୍ତ୍ର ପତ୍ର ସମ୍ପୃକ୍ତ ବ୍ୟାଙ୍କ ପକ୍ଷରୁ ଆର୍‌ବିଆଇ ଓ ବ୍ୟାଙ୍କ ଉଚ୍ଚ କର୍ତ୍ତ୍‌ୃପକ୍ଷଙ୍କ ନିକଟଙ୍କୁ ପଠାଯାଇଥାଏ। ପରବର୍ତ୍ତୀ ସମୟରେ ଉକ୍ତ ଖାତା ଦାବିବିହୀନ ଜମାରାଶି ଗ୍ରୁପ୍‌ରେ ସାମିଲ ହୋଇଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?