ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି ଗତ ଏପ୍ରିଲ ୨୫ ତାରିଖ  ସନ୍ଧ୍ୟା ପ୍ରାୟ ୭ ଟାରେ ମରଣାନ୍ତକ ଆକ୍ରମଣ କରିଥିଲେ।ଠେଙ୍ଗାରେ ସିମାଞ୍ଚଳ ତାଙ୍କ ମଉସା ପୁନିଆଙ୍କୁ ମାଡ଼ ମାରିବାରୁ ତାଙ୍କ ଦୁଇଟି ହାତ  ଭାଙ୍ଗି ଯାଇଥିଲା। ସେ ଚିକିତ୍ସା ହୋଇ ଫେରିବାପରେ ଗତ ୩୦ ତାରିଖରେ  ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୧୯୧/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା – ୩୩୩/୨୯୬/୧୧୫(୨)/୧୧୭(୨)/୧୦୯/୩୫୧(୨) ଅନୁଯାୟୀ ମକଦ୍ଦମା ରୁଜୁ କରିବା ସହ ନିଜେ ପ୍ରତ୍ୟକ୍ଷ ଭାବେ ତଦନ୍ତ କରି ଅଭିଯୁକ୍ତ ସିମାଞ୍ଚଳଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି ।

ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି । ତାଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ଠେଙ୍ଗାକୁ ଜବତ କରାଯାଇଛି । ପୁନିଆ ପୂର୍ବରୁ ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ ଝରିପଦର ଗ୍ରାମରେ ରହୁଥିଲେ । ସେଠାରେ ସେ କିଛି ଜମି କ୍ରୟ କରିଥିଲେ । ତାଙ୍କର କେହି ପୁଅ ନାହାନ୍ତି । ଏକମାତ୍ର ଝିଅର ବିବାହ ପରେ କିଛିଦିନ ପୂର୍ବେ ସେ ଝରିପଦର ଗ୍ରାମରେ ଥିବା ଜମିକୁ ସେ ବିକ୍ରୟ କରି ଲକ୍ଷାଧିକ ଟଙ୍କା ପାଖରେ ରଖିଥିଲେ । ମଉସାଙ୍କ ପାଖରେ ଲକ୍ଷାଧିକ ଟଙ୍କା ଥିବା ସୂଚନା ପାଇ ସିମାଞ୍ଚଳ ପୁନିଆଙ୍କ ଘରେ ପହଞ୍ଚି ୧ ଲକ୍ଷ ଟଙ୍କା ଧାର ମାଗିଥିଲେ। ପୁନିଆଙ୍କ ସ୍ତ୍ରୀ ତାଙ୍କ ପୁତୁରା ସିମାଞ୍ଚଳଙ୍କୁ ଟଙ୍କା ଦେବାପାଇଁ ସ୍ବାମୀ ପୁନିଆଙ୍କୁ ବାଧ୍ୟ କରିଥଲେ । ଏନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହେବା ପରେ ପୁନିଆ ଉତ୍ତେଜିତ ହୋଇ ସ୍ତ୍ରୀଙ୍କୁ ଗତ ୨୫ ତାରିଖ ସନ୍ଧ୍ୟାରେ ମାଡ଼ ମାରିଥିଲେ । ଖବରପାଇ ପୁତୁରା ତାଙ୍କ ଘରେ ପହଞ୍ଚି ପ୍ରତିବାଦ କରିଥିଲେ । ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପୁନିଆ ଘର ବାରଣ୍ଡାରେ ବସିଥିବା ବେଳେ ସିମାଞ୍ଚଳ ତାଙ୍କୁ ମାଡ ମାରିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ତଦନ୍ତକାରୀ ଅଧିକାରୀ ଆଇଆଇସି କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?