ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା

ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪ ବର୍ଷୀୟ ସମ୍ପର୍କୀୟ ପୁତୁରାକୁ ଅପହରଣ ପରେ ୩ ଲକ୍ଷ ଟଙ୍କା ଦାବି କରି ନ ପାଇବାରୁ ତଣ୍ଟିଚିପି ହତ୍ୟା କରିଛନ୍ତି କକା ରୋହନ ବାଗ। ହତ୍ୟା ପରେ ପ୍ରମାଣ ନଷ୍ଟ କରିବା ପାଇଁ ଗାଁ ନିକଟ ଯମୁନା ଯୋରରେ ମୃତଦେହକୁ ପୋତିଦେଇଥିଲେ ଅଭିଯୁକ୍ତ। ହେଲେ ମୃତକଙ୍କ ବାପାଙ୍କୁ ଯେଉଁ ଚିଠି ଲେଖି ୩ଲକ୍ଷ ଟଙ୍କା ଦାବି କରିଥିଲେ ଅଭିଯୁକ୍ତ, ସେହି ଚିଠି ହିଁ ତାଙ୍କୁ ଶେଷରେ ଧରାପକାଇଛି। ଶନିବାର ଅଭିଯୁକ୍ତ କକା ରୋହନଙ୍କୁ ଗିରଫ କରିଛି ପୋଲିସ। ରୋହନ କିପରି ଗତ ୧୪ତାରିଖରେ ସମ୍ପର୍କୀୟ ପୁତୁରା ରେହାନ ବାଗଙ୍କୁ ଅପହରଣ କରିଥିଲେ ଓ ଟଙ୍କା ନ ପାଇବାରୁ ତଣ୍ଟିଚିପି ହତ୍ୟା କରି ଯୋରରେ ପୋତିଦେଇଥିଲେ ତାହା ପୋଲିସ ଆଗରେ ଗୋଟିଗୋଟି ବଖାଣିଛନ୍ତି। ଅଭିଯୁକ୍ତଙ୍କ ସ୍ବୀକାରୋକ୍ତି ପରେ ଶନିବାର ପୋଲିସ ତାଙ୍କୁ ଘଟଣାସ୍ଥଳକୁ ନେଇ ସିନ୍‌ ରିକ୍ରିଏଶନ କରିଛି। ଏହାସହ ମାଟି ଖୋଳି ଗଳିତ ମୃତଦେହ ବାହାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଆଇପିସି ଦଫା ୩୦୨, ୩୬୬ ଅନୁଯାୟୀ ଏକ ମାମଲା(୧୬୬/୨୪) ରୁଜୁ କରି ଅଭିଯୁକ୍ତ ରୋହନ ବାଗଙ୍କୁ କୋର୍ଟଚାଲାଣ କରଛି ପୋଲିସ। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ପୋଲିସ ସୂତ୍ରରୁ ପ୍ରକାଶ ଯେ, ରେଲଓ୍ବେ ଠିକାଦାରଙ୍କ ଅଧୀନରେ ବିଦ୍ୟୁତ୍‌ କାର୍ଯ୍ୟରେ ନିୟୋଜିତ ଥିବା ବେଲପଡ଼ା ଗ୍ରାମର କାମନିଧି ବାଗ ଗତ ୧୪ ତାରିଖରେ ପୁଅ ରେହାନ ନିଖୋଜ ଥିବା ନେଇ ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଥିଲେ। ପୁଅର ନିଖୋଜ ପରେ ମିଳିଥିବା ଧମକପୂର୍ଣ୍ଣ ଚିଠିକୁ କାମନିଧି ପୋଲିସକୁ ଦେଇଥିଲେ। ଏଥିରେ ୩ଲକ୍ଷ ଟଙ୍କା ଦେଲେ ପୁଅକୁ ଛଡ଼ାଯିବ ବୋଲି ଉଲ୍ଲେଖଥିଲା। ଏହି ଚିଠିକୁ ଆଧାରକରି ପୋଲିସ ଏକ ଟେକ୍ନିକାଲ ଟିମ୍‌ ଗଠନ କରି ତଦନ୍ତ ଆଗକୁ ବଢ଼ାଇଥିଲା। କେତେଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କ ହସ୍ତାକ୍ଷରକୁ ଯାଞ୍ଚ କରାଯିବା ପରେ ରୋହନ ବାଗ ଘଟଣାରେ ସମ୍ପୃକ୍ତ ଥିବା ଜଣାପଡ଼ିଥିଲା, ଯିଏ କି କିଛି କାମଧନ୍ଦା ନ କରି ବେକାର ଥିଲେ। ପୋଲିସ ତାଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ସବୁ କଥା ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri