ପଥର ବ୍ଲାଷ୍ଟିଂ ବେଳେ ଚାପି ହୋଇ ମାମୁ, ଭଣଜା ମୃତ

ପାରଳାଖେମୁଣ୍ଡି,(ଗିରିଧାରୀ ପରିଛା): ୨୬।୮: ବ୍ଲାଷ୍ଟିଙ୍ଗ ବେଳେ ପଥର ତଳେ ଚାପି ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ମୋହନା ଥାନା ବନ୍ଧାଗୁଡ଼ା କ୍ରସର ନିକଟରେ । ମୃତ୍ୟୁ ବରଣ କରିଥିବା ୨ ଜଣ ଶ୍ରମିକ ମାମୁ, ଭଣଜା।
ସେମାନେ ହେଲେ ଗଞ୍ଜାମ ଜିଲା ରମ୍ଭା ଥାନା ଝରେଡି ରାଧା ଗୋବିନ୍ଦପୁର ଗାଁର ନାରାୟଣ ନାହାକ ଓ ମଧୁରଚୁଆ ଗାଁର ବିଷ୍ଣୁ ପ୍ରସାଦ ନାୟକ । ଶୁକ୍ରବାର ରାତିରେ କ୍ରସର ନିକଟରେ ଥିବା ପଥର କୁଆଁରିରେ ବ୍ଲାଷ୍ଟିଂ ଚାଲିଥିଲା। ଏହି ସମୟରେ ଉଭୟ ମାମଁୁ ଭଣଜା ଏକ ବଡ ପଥର ପଛପଟେ ବସି ବ୍ଲାଷ୍ଟିଂ ପରିଚାଳନା କରୁଥିଲେ। ବ୍ଲାଷ୍ଟିଂ ପରେ ଏକ ବଡ଼ ପଥର ୨ ଜଣଙ୍କ ଉପରେ ଚାପି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେହିଁ ଉଭୟଙ୍କ ମତ୍ୟୁ ଘଟିଛି। ଖବରପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ॥


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri