ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛ। ଏହି ଗୋଷ୍ଠୀ ସଂଘର୍ଷରେ ୬ ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ସମ୍ପର୍କୀୟ ଲୋକେ। ପ୍ରାଥମିକ ଚିକିତ୍ସା ପରେ ଦୁଇ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, ବାଲିଗୁଡ଼ା ପାଟ୍ଟଖଣ୍ଡା ସାହିର ଅସରଫ ଓ ଆଲ୍ଲା ଉଦ୍ଦିନଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନରୁ ଜାଗାବାଡ଼ିକୁ ନେଇ କଳହ ଲାଗି ରହିଥିଲା। ଉଭୟେ ସମ୍ପର୍କରେ ମାମୁ-ଭଣଜା ହୋଇଥିବା ଜଣାପଡ଼ିଛି। ଦୀର୍ଘଦିନରୁ ଲାଗି ରହିଥିବା କଳହ ଶନିବାର ବିଳମ୍ବିତ ରାତିରେ ଉଗ୍ର ରୂପ ନେଇଥିବା ବେଳେ ଅସରଫ ଓ ତାଙ୍କ ତିନି ପୁଅ ଆଲ୍ଲା ଉଦ୍ଦିନ, ରାସିଦ ଓ ସାହିଦଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି। ତେବେ ଏନେଇ ବର୍ତ୍ତମାନ ସୁଦ୍ଧା ବାଲିଗୁଡ଼ା ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?