ଦୁତିଆ ଓଷା ଭାର ନେଇ ଯାଉଥିଲେ: ମାମୁ, ଭଣଜାଙ୍କୁ ଚପିଦେଲା ଟ୍ରକ

ରସୁଲପୁର, ୧୦।୯ (ଡି.ଏନ୍‌.ଏ.)ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ୬ ନଂ. ଜାତୀୟ ରାଜପଥର ଖଣ୍ଡିତର ନିକଟସ୍ଥ ଖରସ୍ରୋତା ପୋଲ ଉପରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଟ୍ରକ ଧକ୍କାରେ ମାମୁ ଭଣଜାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହାକୁ ନେଇ ଉତ୍ତ୍ୟକ୍ତ ଲୋକେ ରାଜପଥକୁ ୫ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅବରୋଧ କରିବାରୁ ଗୋଟିଏ ପାର୍ଶ୍ୱ ରାସ୍ତାରେ ଟ୍ରାଫିକ ସମସ୍ୟା ଉପୁଜିଥିଲା। ଏପରିକି ରାସ୍ତାରେ ବହୁ ଆମ୍ବୁଲାନ୍ସ ଫସି ରହିଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରେ ଏସ୍‌ଡିପିଓ ଚିନ୍ମୟ କୁମାର ନାୟକ, ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଲ, କୁଆଖିଆ ଥାନାଧିକାରୀ ମନୋଜ କୁମାର ସ୍ବାଇଁଙ୍କ ସମେତ ପୋଲିସ ବାହିନୀ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ହେଲେ ରିପୋର୍ଟ ଲେଖାଯିବା ବେଳକୁ ଯାଜପୁର ଜିଲାପାଳ ଓ ଏସ୍‌ପି ଘଟଣାସ୍ଥଳରେ ପହଞ୍ଚତ୍ବା ଦାବିରେ ରାସ୍ତାରୋକୋ ଜାରି ରହିଥିବା ଜଣାଯାଇଛି।
ପ୍ରକାଶ ଯେ, ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତର ନଗୁଆଁ ଗ୍ରାମର ରାଜକିଶୋର ମହାନ୍ତି(୪୪) ତାଙ୍କ ଭଣଜା ହିମାଂଶୁ ଲେଙ୍କାଙ୍କ ସହ ଭଉଣୀ ଘର ଅଫସରପୁର ଗାଁକୁ ଦୁତିଆ ଓଷା ଭାର ଦେବା ପାଇଁ ବାଇକ୍‌ରେ ଯାଉଥିଲେ। ଏହି ସମୟରେ ଖରସ୍ରୋତା ନଦୀ ପୋଲ ଉପରେ ତାଙ୍କ ବାଇକ୍‌କୁ ଏକ ଟ୍ରକ୍‌ ପଛରୁ ଧକ୍କା ଦେଇଥିଲା। ଧକ୍କା ଦେଇଥିବା ଟ୍ରକ୍‌ ଫେରାର ହୋଇଯାଇଥିବା ବେଳେ ରାଜକିଶୋର ଓ ହିମାଂଶୁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖବର ପାଇ କୁଆଖିଆ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଜପୁର ସଦର ଡାକ୍ତରଖାନାକୁ ପଠାଇଥିଲେ। ଏହାପରେ ସ୍ଥାନୀୟ ଲୋକେ ପୋଲିସ ଉପରକୁ ଆକ୍ରମଣ କରିଥିଲେ। ଏଥିରେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ଏହାଛଡା ସେଠାରେ ଉପସ୍ଥିତ ଜଣେ ଖବରଦାତାଙ୍କୁ ମଧ୍ୟ ମାଡ଼ ମରାଯାଇଥିବା ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri