ଦୁତିଆ ଓଷା ଭାର ନେଇ ଯାଉଥିଲେ: ମାମୁ, ଭଣଜାଙ୍କୁ ଚପିଦେଲା ଟ୍ରକ

ରସୁଲପୁର, ୧୦।୯ (ଡି.ଏନ୍‌.ଏ.)ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ୬ ନଂ. ଜାତୀୟ ରାଜପଥର ଖଣ୍ଡିତର ନିକଟସ୍ଥ ଖରସ୍ରୋତା ପୋଲ ଉପରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଟ୍ରକ ଧକ୍କାରେ ମାମୁ ଭଣଜାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଏହାକୁ ନେଇ ଉତ୍ତ୍ୟକ୍ତ ଲୋକେ ରାଜପଥକୁ ୫ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅବରୋଧ କରିବାରୁ ଗୋଟିଏ ପାର୍ଶ୍ୱ ରାସ୍ତାରେ ଟ୍ରାଫିକ ସମସ୍ୟା ଉପୁଜିଥିଲା। ଏପରିକି ରାସ୍ତାରେ ବହୁ ଆମ୍ବୁଲାନ୍ସ ଫସି ରହିଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରେ ଏସ୍‌ଡିପିଓ ଚିନ୍ମୟ କୁମାର ନାୟକ, ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଲ, କୁଆଖିଆ ଥାନାଧିକାରୀ ମନୋଜ କୁମାର ସ୍ବାଇଁଙ୍କ ସମେତ ପୋଲିସ ବାହିନୀ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ହେଲେ ରିପୋର୍ଟ ଲେଖାଯିବା ବେଳକୁ ଯାଜପୁର ଜିଲାପାଳ ଓ ଏସ୍‌ପି ଘଟଣାସ୍ଥଳରେ ପହଞ୍ଚତ୍ବା ଦାବିରେ ରାସ୍ତାରୋକୋ ଜାରି ରହିଥିବା ଜଣାଯାଇଛି।
ପ୍ରକାଶ ଯେ, ରସୁଲପୁର ବ୍ଲକ ନଠୁଆବର ପଞ୍ଚାୟତର ନଗୁଆଁ ଗ୍ରାମର ରାଜକିଶୋର ମହାନ୍ତି(୪୪) ତାଙ୍କ ଭଣଜା ହିମାଂଶୁ ଲେଙ୍କାଙ୍କ ସହ ଭଉଣୀ ଘର ଅଫସରପୁର ଗାଁକୁ ଦୁତିଆ ଓଷା ଭାର ଦେବା ପାଇଁ ବାଇକ୍‌ରେ ଯାଉଥିଲେ। ଏହି ସମୟରେ ଖରସ୍ରୋତା ନଦୀ ପୋଲ ଉପରେ ତାଙ୍କ ବାଇକ୍‌କୁ ଏକ ଟ୍ରକ୍‌ ପଛରୁ ଧକ୍କା ଦେଇଥିଲା। ଧକ୍କା ଦେଇଥିବା ଟ୍ରକ୍‌ ଫେରାର ହୋଇଯାଇଥିବା ବେଳେ ରାଜକିଶୋର ଓ ହିମାଂଶୁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଖବର ପାଇ କୁଆଖିଆ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଜପୁର ସଦର ଡାକ୍ତରଖାନାକୁ ପଠାଇଥିଲେ। ଏହାପରେ ସ୍ଥାନୀୟ ଲୋକେ ପୋଲିସ ଉପରକୁ ଆକ୍ରମଣ କରିଥିଲେ। ଏଥିରେ ପୋଲିସ କର୍ମଚାରୀ ମଧ୍ୟ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ଏହାଛଡା ସେଠାରେ ଉପସ୍ଥିତ ଜଣେ ଖବରଦାତାଙ୍କୁ ମଧ୍ୟ ମାଡ଼ ମରାଯାଇଥିବା ଥାନାରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri