ଏକା ସାଙ୍ଗରେ ଡକାଡକି ହୋଇ ଚାଲିଗଲେ ଦାଦା-ପୁତୁରା

ବାରିପଦା,୧୭।୭: (ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ଉପକଣ୍ଠ ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥର ପାଲବଣିଠାରେ ସୋମବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଟ୍ରକ୍‌ ସମ୍ପର୍କୀୟ କକା ଓ ପୁତୁରାଙ୍କ ଉପରେ ମାଡ଼ିଯିବାରୁ ଦୁହିଁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସଦର ଥାନା ଅଧୀନ ଶିରିଶବଣି ଗ୍ରାମର ସୁନ୍ଦର ମୋହନ ମୁର୍ମୁ(୪୨) ଓ ବ୍ରଜମୋହନ ହାଁସଦା(୪୨)।
ସୂଚନାଯୋଗ୍ୟ, ଏକ ବ୍ୟାଟେରିଚାଳିତ ସ୍କୁଟିରେ ଦୁହେଁ ଘରକୁ ଫେରୁଥିଲେ। ବାରିପଦା ସହରକୁ ପ୍ରବେଶ ପଥ ପାଲବଣିଠାରେ ଓଭରବ୍ରିଜ୍‌ରୁ ମାଲବୋଝେଇ ଟ୍ରକ୍‌ଟି ଓହ୍ଲାଉଥିବା ସମୟରେ ସ୍କୁଟିକୁ ସମ୍ମୁଖରୁ ଧକ୍କାଦେଇଥିଲା। ଟ୍ରକ୍‌ଟି ଗତି ନିୟନ୍ତ୍ରଣ କରି ନ ପାରି ଉଭୟଙ୍କ ଉପରେ ଚଢ଼ିଯାଇଥିଲା। ଚାପିହୋଇ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଟାଉନ ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତକରି ପିଆର୍‌ଏମ୍‌ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି। ତେବେ ସେହି ସ୍ଥାନରେ ରାସ୍ତା ବାଙ୍କ ସହିତ ଗଡ଼ାଣି ରହିଥିବାରୁ ଚଳପ୍ରଚଳ କରୁଥିବା ଯାନଗୁଡ଼ିକର ଗତି ବୃଦ୍ଧି ପାଇଥାଏ। ସେହି ସ୍ଥାନରେ ବିଦେଶୀ ମଦ ଦୋକାନ ଥିବାରୁ ରାସ୍ତା କଡ଼ରେ ଟ୍ରକ୍‌ ଓ ଚାରିଚକିଆ ଯାନ ଅଟକି ରହିଥାଏ। ଭିଡ଼ ମଧ୍ୟରେ ୨ ଚକିଆ ଗାଡ଼ି ଚାଳକ ବିପରୀତ ଦିଗରୁ ଆସୁଥିବା ଯାନବାହନ ଉପରେ ନଜର ରଖିପାରି ନ ଥାନ୍ତି। ବାରମ୍ବାର ଦୁର୍ଘଟଣା ଘଟୁଥିଲେ ମଧ୍ୟ ଏନ୍‌ଏଚ୍‌ଆଇ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ପାଲବଣିର ପ୍ରବେଶ ପଥରେ ଗଳାପୋଲ ନିର୍ମାଣ ପାଇଁ ବାରମ୍ବାର ସହରବାସୀ ଦାବି କରି ଆସୁଥିଲେ ମଧ୍ୟ ଏଥିପ୍ରତି କାହାର ଆନ୍ତରିକତା ଦେଖାଯାଉନାହିଁ। ଏଥିପ୍ରତି ଜିଲା ପ୍ରଶାସନ ଓ ରାଜନେତାମାନେ ସ୍ବତନ୍ତ୍ର ଦୃଷ୍ଟିଦେଲେ ଦୁର୍ଘଟଣାକୁ ଏଡ଼ାଯାଇପାରନ୍ତା ବୋଲି ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri