ଏକା ସାଙ୍ଗରେ ଡକାଡକି ହୋଇ ଚାଲିଗଲେ ଦାଦା-ପୁତୁରା

ବାରିପଦା,୧୭।୭: (ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ଉପକଣ୍ଠ ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥର ପାଲବଣିଠାରେ ସୋମବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଟ୍ରକ୍‌ ସମ୍ପର୍କୀୟ କକା ଓ ପୁତୁରାଙ୍କ ଉପରେ ମାଡ଼ିଯିବାରୁ ଦୁହିଁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସଦର ଥାନା ଅଧୀନ ଶିରିଶବଣି ଗ୍ରାମର ସୁନ୍ଦର ମୋହନ ମୁର୍ମୁ(୪୨) ଓ ବ୍ରଜମୋହନ ହାଁସଦା(୪୨)।
ସୂଚନାଯୋଗ୍ୟ, ଏକ ବ୍ୟାଟେରିଚାଳିତ ସ୍କୁଟିରେ ଦୁହେଁ ଘରକୁ ଫେରୁଥିଲେ। ବାରିପଦା ସହରକୁ ପ୍ରବେଶ ପଥ ପାଲବଣିଠାରେ ଓଭରବ୍ରିଜ୍‌ରୁ ମାଲବୋଝେଇ ଟ୍ରକ୍‌ଟି ଓହ୍ଲାଉଥିବା ସମୟରେ ସ୍କୁଟିକୁ ସମ୍ମୁଖରୁ ଧକ୍କାଦେଇଥିଲା। ଟ୍ରକ୍‌ଟି ଗତି ନିୟନ୍ତ୍ରଣ କରି ନ ପାରି ଉଭୟଙ୍କ ଉପରେ ଚଢ଼ିଯାଇଥିଲା। ଚାପିହୋଇ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଟାଉନ ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତକରି ପିଆର୍‌ଏମ୍‌ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି। ତେବେ ସେହି ସ୍ଥାନରେ ରାସ୍ତା ବାଙ୍କ ସହିତ ଗଡ଼ାଣି ରହିଥିବାରୁ ଚଳପ୍ରଚଳ କରୁଥିବା ଯାନଗୁଡ଼ିକର ଗତି ବୃଦ୍ଧି ପାଇଥାଏ। ସେହି ସ୍ଥାନରେ ବିଦେଶୀ ମଦ ଦୋକାନ ଥିବାରୁ ରାସ୍ତା କଡ଼ରେ ଟ୍ରକ୍‌ ଓ ଚାରିଚକିଆ ଯାନ ଅଟକି ରହିଥାଏ। ଭିଡ଼ ମଧ୍ୟରେ ୨ ଚକିଆ ଗାଡ଼ି ଚାଳକ ବିପରୀତ ଦିଗରୁ ଆସୁଥିବା ଯାନବାହନ ଉପରେ ନଜର ରଖିପାରି ନ ଥାନ୍ତି। ବାରମ୍ବାର ଦୁର୍ଘଟଣା ଘଟୁଥିଲେ ମଧ୍ୟ ଏନ୍‌ଏଚ୍‌ଆଇ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ପାଲବଣିର ପ୍ରବେଶ ପଥରେ ଗଳାପୋଲ ନିର୍ମାଣ ପାଇଁ ବାରମ୍ବାର ସହରବାସୀ ଦାବି କରି ଆସୁଥିଲେ ମଧ୍ୟ ଏଥିପ୍ରତି କାହାର ଆନ୍ତରିକତା ଦେଖାଯାଉନାହିଁ। ଏଥିପ୍ରତି ଜିଲା ପ୍ରଶାସନ ଓ ରାଜନେତାମାନେ ସ୍ବତନ୍ତ୍ର ଦୃଷ୍ଟିଦେଲେ ଦୁର୍ଘଟଣାକୁ ଏଡ଼ାଯାଇପାରନ୍ତା ବୋଲି ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?