ନାବାଳିକା ଝିଆରୀଙ୍କୁ ବଳାତ୍କାର କରିଥିଲେ କକା: ମିଳିଳା ଏମିତି ଦଣ୍ଡ

ବ୍ରହ୍ମପୁର,୧୯/୫(ସୁବାସ ଚନ୍ଦ୍ର ପାଢ଼ୀ):ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଜଜ ପ୍ରଣତି ପଟ୍ଟନାୟକ ସୋମବାର ଜନୈକା ନାବାଳିକା ବଳାତ୍କାରୀଙ୍କୁ ଉପଯୁକ୍ତ ପ୍ରମାଣ ଆଧାରରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ତାଙ୍କ ଘର ସମ୍ମୁଖରେ ରହୁଥିବା ସମ୍ପର୍କୀୟ କକା। ଜଜ ଅଭିଯୁକ୍ତକୁ ୨୦ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତଙ୍କଠାରୁ ଆଦାୟ ହୋଇଥିବା ଜରିମାନା ବାବଦ ଟଙ୍କା ପୀଡ଼ିତାଙ୍କୁ ପ୍ରଦାନ କରିବାକୁ ମଧ୍ୟ ଜଜ ନିର୍ଦେଶ ଦେଇଛନ୍ତି। ସେହିପରି ପୀଡିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ସହାୟତା ରାଶି ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ( ଡିଏଲଏସଏ)ଙ୍କୁ ଜଜ ନିର୍ଦେଶ ଦେଇଛନ୍ତି। ଭଞ୍ଜନଗର ଅଞ୍ଚଳର ଜଣେ ନାବାଳିକାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ କକା ଭୟଭୀତ କରି ବଳାତ୍କାର କରିଥିଲେ। ପୀଡ଼ିତା ଗର୍ଭବତୀ ଥିବା ଜଣାପଡିବା ପରେ ଘର ଲୋକ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୪୬୧/୨୩ ରେ ଏକ ମାମଲା ରୁଜୁ କରିଥିଲା। ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ତତ୍କାଳୀନ ତଦନ୍ତକାରୀ ଅଧିକାରୀ ମୋହନ କହଁର ଅଭିଯୁକ୍ତଙ୍କୁ ଫେରାର ଦର୍ଶାଇ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ। କୋର୍ଟ ନିର୍ଦେଶରେ ପୋଲିସ ଅଭିଯୁକ୍ତଙ୍କୁ ୱାରେଣ୍ଟ ବଳରେ କୋଏମ୍ବାଟୋରରୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୀଡ଼ିତାଙ୍କ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିବା ଜଣାପଡିଛି। ୮ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଜଜ ଉପରୋକ୍ତ ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି।...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

ଡାଲୋଲ ସବୁଠୁ ଗରମ ସ୍ଥାନ

ଲୋକମାନେ ଯେବେ ଅତ୍ୟଧିକ ଗରମ ସ୍ଥାନ ବିଷୟରେ କଥା ହୁଅନ୍ତି, ସେମାନେ ସାଧାରଣତଃ ସାହାରା କିମ୍ବା ମଧ୍ୟପ୍ରାଚ୍ୟର ସହରଗୁଡ଼ିକ ପରି ମରୁଭୂମି ବିଷୟରେ ଚିନ୍ତା କରନ୍ତି।...

ପ୍ରେମରେ ପଡ଼ିଛନ୍ତି ପ୍ରିୟଙ୍କା ଗାନ୍ଧୀଙ୍କ ପୁଅ: ଏହି ଯୁବତୀ ହେବେ ଭଦ୍ରା ପରିବାରର ବୋହୂ

ନୂଆଦିଲ୍ଲୀ,୩୦।୧୨:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏବଂ ରବର୍ଟ ଭଦ୍ରାଙ୍କ ପୁଅ ରେହାନ ପ୍ରେମରେ ପଡ଼ିଛନ୍ତି। ଭଦ୍ରା ପରିବାରର ଭବିଷ୍ୟତ ବୋହୂ ହେଉଛନ୍ତି ଅଭିଭା ବେଗ ।...

ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ବେଗମ ଖାଲେଦା ଜିଆଙ୍କ ବିୟୋଗରେ ଶୋକ ପ୍ରକାଶ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri