ଭାଣିଜିଙ୍କୁ ଅସଦାଚରଣ, ମାମୁଙ୍କୁ ମାଡ଼ ମାରି ଲୁଟ୍‌: ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ପର୍ଯ୍ୟଟନ କ୍ଷେତ୍ର ମା’ ମହୁରୀ କାଳୁଆ ମନ୍ଦିର ନିକଟରେ ଗତ ୩ ତାରିଖ ମଧ୍ୟାହ୍ନରେ ବାଇକ୍‌ ଅଟକାଇ ଜଣେ ଯୁବତୀଙ୍କୁ ଅସଦାଚରଣ କରିଥିଲେ। ଏହା ସହ ତାଙ୍କ ମାମୁଙ୍କୁ ମାଡ଼ ମାରି ସୁନା ଅଳଙ୍କାର, ୧୮ ହଜାର ଟଙ୍କା ଓ ମୋବାଇଲ ଫୋନ ଲୁଟି ନେଇଥିଲେ। ଏହି ମାମଲାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ପୋଲିସ ଗିରଫ କରିଛି। ଅଭିଯୁକ୍ତ ଦ୍ବୟ ହେଲେ ବ୍ରହ୍ମପୁର ସଦର ଥାନା ପଦରବାଲି ଗ୍ରାମର କାଳିଆ ଗୌଡ ଏବଂ ବ୍ରହ୍ମପୁର ବଡବଜାର ଥାନା ଫାଷ୍ଟଗେଟ ଦିଗପହଣ୍ଡି ରୋଡର ସୂର୍ଯ୍ୟନାରାୟଣ ସାହୁ। ସୋମବାର ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଦିଗପହଣ୍ଡି ଥାନାରେ ପହଞ୍ଚି ଅଭିଯୁକ୍ତ ଦ୍ବୟଙ୍କୁ ମାମଲା ସମ୍ପର୍କରେ ପଚରାଉଚୁରା କରିଥିଲେ। ପରେ ଦିଗପହଣ୍ଡି ଥାନାର ଆଇନଶୃଙ୍ଖଳା ସ୍ଥିତି ନେଇ ସବିଶେଷ ଅନୁଧ୍ୟାନ କରିଛନ୍ତି। ଅଭିଯୁକ୍ତ ଦ୍ବୟଙ୍କୁ ବ୍ରହ୍ମପୁର ଏସ୍‌ଡିଜିଏମ କୋର୍ଟକୁ ଚାଲାଣ କରାଯାଇଛି। ଥାନା ମାମଲା ନଂ.୧୫୬/୨୦ରେ ଜାମିନ ଆବେଦନ ଖାରଜ ହେବାରୁ ଉଭୟଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?