ମାମୁ ଘରେ ରହିବେ ଅନାଥ ଭଉଣୀ ଭାଇ: ମିଳିବ ସରକାରୀ ସୁବିଧା

ଝାରସୁଗୁଡା ଅଫିସ୍‌,୭।୬: ମହାମାରୀ କରୋନା ଅନେକଙ୍କୁ ମା’ ବାପା ଛେଉଣ୍ଡ କରିଛି। ସେମାନେ କିପରି ସମାଜରେ ମଣିଷ ହେବେ ଏନେଇ ସୁପ୍ରୀମକୋର୍ଟ ଥଇଥାନ ଚିନ୍ତା କରିଛନ୍ତି। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାର ଅନାଥଙ୍କୁ ସୁରକ୍ଷା ଦେବା ପାଇଁ ଆଗେଇ ଆସିଛନ୍ତି। ଏଭଳି ସ୍ଥିତିରେ ଝାରସୁଗୁଡ଼ା ଜିଲାର ବ୍ରଜରାଜନଗରର ଦୁଇ ଭଉଣୀ ଭାଇ, ମା’ବାପାଙ୍କୁ ହରାଇୟ ଅନାଥ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ବର୍ଷେ ତଳେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନେ ମା’ଙ୍କ ପାଖରେ ସେମାନେ ରହୁଥିଲେ। ଏଭଳି ସ୍ଥିତିରେ ଗତ ୩୧ ତାରିଖରେ ମା’ କରୋନାରେ ଆକ୍ରାନ୍ତ ହୋଇ ଝାରସୁଗୁଡ଼ା କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗତ ୩ ତାରିଖରେ ମା’ଙ୍କ ମୃତ୍ୟୁ ଘଟିଥିଲା। ଏହି ସମ୍ପର୍କରେ ଖବର ପାଇ ବ୍ରଜରାଜନଗର ପୂର୍ବତନ ପୌର ଉପାଧ୍ୟକ୍ଷ ଜୟନ୍ତ ଦିକ୍ଷୀତ ଚାଇଲ୍ଡ ଲାଇନ୍‌କୁ ଜଣାଇଥିଲେ। ଚାଇଲ୍ଡ ଲାଇନ୍‌ ଜିଲା ସଂଯୋଜକ ଆଶିଷ କୁମାର ପଣ୍ଡା, ଶିଶୁ ସୁରକ୍ଷା ଅଧିକାରୀ ସୁନନ୍ଦ ମହାରଣା, ଡିପିପିୟୁ କାଉନ୍‌ସିଲର ସମୀର କୁମାର ମିଶ୍ରଙ୍କ ସହ ଅନ୍ୟମାନେ ଲମଟିବାହାଲ ସ୍ଥିତ ମାମୁ ଘରେ ପହଞ୍ଚି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ହେଲେ ଭଉଣୀ ଭାଇ ମାମୁ ମାଇଁଙ୍କ ପାଖରେ ରଖିବେ ବୋଲି କହିଥିଲେ। ପରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଭଉଣୀ ଭାଇଙ୍କୁ ଶିଶୁ ମଙ୍ଗଳ କମିଟିରେ ଉପସ୍ଥାପନା କରାଯାଇଥିଲା। ଅନାଥ ଶିଶୁଙ୍କୁ କେନ୍ଦ୍ର ସରକାରଙ୍କ ପିଏମ୍‌ କେୟାର ଓ ରାଜ୍ୟ ସରକାରଙ୍କ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତଭୂକ୍ତ କରାଯିବ ବୋଲି ଚାଇଲ୍ଡ ଲାଇନ୍‌ ଜିଲା ସଂଯୋଜକ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri