ଭଣଜା ଠେଙ୍ଗା ମାଡ଼ରେ ମାମୁଙ୍କ ଜୀବନଗଲା: ଭଉଣୀ ଦେଲେ ଏତଲା

ଡାବୁଗାଁ,୪।୭(ଡି.ଏନ୍‌.ଏ): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ରେଭିନ୍ୟୁଗୁଡାରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଭଣଜା ଠେଙ୍ଗା ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି। ମୃତ ମାମୁ ହେଲେ ଗୌରଚନ୍ଦ୍ର ଗୌଡ(୫୦)।
ସୂଚନାଯୋଗ୍ୟ, ଗୌରଚନ୍ଦ୍ର ଓ ସ୍ତ୍ରୀ ବୁଡ଼ୁଙ୍କ ମଧ୍ୟରେ କୌଣସି କାରଣରୁ ଅଶାନ୍ତି ଲାଗି ରହୁଥିଲା। ଗୌରଚନ୍ଦ୍ର ଡାବୁଗାଁ ନିକଟ ଚେରଚେଟିଆଗୁଡାଠାରେ ଏକ କ୍ୟାମ୍ପରେ ରୋଷେଇୟା ଭାବେ କାର୍ଯ୍ୟ କରୁଥିଲେ। ଶୁକ୍ରବାର ବୁଡ଼ୁ ଓ ଭଣଜା ଲକି ତାଙ୍କ ପାଖକୁ ଯାଇଥିଲେ। ସେଠାରେ ମାମୁ ଭଣଜାଙ୍କ ମଧ୍ୟରେ ଗଣ୍ଡଗୋଳ ଲାଗିଥିଲା। ଲକି ଗୌରଚନ୍ଦ୍ରଙ୍କୁ ମାରିଥିଲେ। ପରେ ତାଙ୍କୁ ଦୁହେଁ ଡାବୁଗାଁ ସ୍ବାସ୍ଥ୍ୟାକେନ୍ଦ୍ର ନେଇଥିଲେ । ସେଠାରୁ ଆସିବା ପରେ ଘରେ ପୁଣି ଉଭୟ ମାମୁ ଭଣଜାଙ୍କ ମଧ୍ୟରେ ବଚସା ହୋଇଥିଲା। ଲକି ଉତ୍ୟକ୍ତ ହୋଇ ଗୌରଚନ୍ଦ୍ରଙ୍କୁ ଠେଙ୍ଗାରେ ପିଟିଥିଲେ। ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାବୁଗାଁ ସ୍ବାସ୍ଥ୍ୟାକେନ୍ଦ୍ର ନିଆଯାଇଥିଲା। ପରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ମାତ୍ର ସେମାନେ ତାଙ୍କୁ ନିଜ ଘରକୁ ନେଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଝିଅ ସଞ୍ଜୁ ଗୌଡ ଡାବୁଗାଁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ.୧୩୦/୨୦ରେ ମାମଲା ରୁଜୁ କରି ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ଅନ୍ୟପଟେ ଅଭିଯୁକ୍ତ ଭଣଜା ଘଟଣାସ୍ଥଳରୁ ଫେରାର ଥିବା ବେଳେ ପୋଲିସ ବିଭିନ୍ନ ସ୍ଥାନରେ ଚଡ଼ାଉ କରି ଲକିଙ୍କୁ ଥାନାରେ ଅଟକ ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri