ଟିକାକେନ୍ଦ୍ରରେ ଅସମ୍ଭାଳ ଭିଡ଼:ଗର୍ଜିଲେ ଲୋକେ

ଦିଗପହଣ୍ଡି,୧୪।୯(ଡି.ଏନ.ଏ): କରୋନା ବିରୋଧରେ ଚାଲିଥିବା ଟିକାକରଣ ଅଭିଯାନକୁ ୨୦୦ ଦିନ ବିତିଯାଇଥିଲେ ମଧ୍ୟ ଦିଗପହଣ୍ଡି ସହରରେ ଲୋକଙ୍କୁ ମିଳୁନି କରୋନା ଟିକା। ଗତ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଶୁଭାରମ୍ଭ କରାଯାଇଥିଲେ ସୁଦ୍ଧା ସ୍ଥାନୀୟ ପ୍ରଶାସନିକ ଅବ୍ୟବସ୍ଥା କାରଣରୁ ସହରର ଟିକାକେନ୍ଦ୍ରକୁ ଆସିପାରୁନି ପ୍ରଥମ ଡୋଜ ଟିକା। ମଙ୍ଗଳବାର ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ ଟିକା କେନ୍ଦ୍ରରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା। ଅବ୍ୟବସ୍ଥା କାରଣରୁ ଦୀର୍ଘସମୟ ଧରି ଟିକା ପାଇଁ ବହୁ ସଂଖ୍ୟକ ଲୋକ ସକାଳୁ ମଧ୍ୟାହ୍ନ ଯାଏ ଧାଡ଼ିରେ ଠିଆ ହୋଇଥିବା ବେଳେ ବିଳମ୍ବ କାରଣରୁ ହୋହାଲ୍ଲା କରିଥିଲେ। ପୋଲିସ ସେଠାରେ ପହଞ୍ଚି ପରିସ୍ଥିତିରେ ସୁଧାର ଆଣିିଥିଲା। ମାତ୍ର ଶହେ ଡୋଜ ଟିକା ଆସିଥିବାରୁ ୫ ଶହରୁ ଊଦ୍ଧର୍‌ବ ଲୋକ ଟିକା ନ ପାଇ ନିରାଶରେ ଘରକୁ ଫେରୁଛନ୍ତି। ଟିକା କେନ୍ଦ୍ରରେ ଟିକାବଣ୍ଟନରେ ରାଜନୈତିକ ଚାପ ଥିବା ଗୁରୁତର ଅଭିଯୋଗ ହୋଇଛି। ଟିକା ଯୋଗାଣ କରାଯିବା ପଛରେ କିଛି ବ୍ୟକ୍ତିଙ୍କ ମନ୍ଦ ଉଦ୍ଦେଶ୍ୟ ରହିଥିବା ନେଇ ଚର୍ଚ୍ଚା ହେଉଛି। ଏଭଳି ସ୍ଥିତିରେ ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଧୀନ ଗାଁ ଗୁଡିକରେ ଥିବା ଟିକାକେନ୍ଦ୍ର ଆବଶ୍ୟକ ନଥିଲେ ମଧ୍ୟ ପର୍ଯ୍ୟାପ୍ତ ପରିମାଣରେ ଟିକା ଉପଲବ୍ଧ ହେଉଥିବାବେଳେ ଦିଗପହଣ୍ଡି ସହରବାସୀଙ୍କ ପାଇଁ ଟିକା କାହିଁକି ଆସୁନି ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଟିକା ଯୋଗାଣ ଦାୟିତ୍ୱରେ ଥିବା ପ୍ରଶାସନିକ ଅଧିକାରୀ ମାନଙ୍କୁ ପଚାରିଲେ ସେମାନେ ଭିନ୍ନ ଭିନ୍ନ କଥା କହୁଛନ୍ତି। ଏହାକୁ ନେଇ ଜନ ଅସନ୍ତୋଷ ପ୍ରକାଶ ପାଇଛି। ଦିଗପହଣ୍ଡି ସହର ବାସୀଙ୍କୁ ଆବଶ୍ୟକ ମୁତାବକ ପ୍ରଥମ ଡୋଜ ଟିକା ତୁରନ୍ତ ଦିଆନଗଲେ ଆନ୍ଦୋଳନ କରାଯିବ ବୋଲି ପୂର୍ବତନ ଏନ୍‌ ଏ ସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ଗଞ୍ଜାମ ଜିଲା କଂଗ୍ରେସ କମିଟି ସମ୍ପାଦକ କେ. କୁନା, ନଗର କଂଗ୍ରେସ ସଭାପତି ଦୀପକ କୁମାର ମିଶ୍ର, ପୂର୍ବତନ କାଉନ୍‌ସିଲର ଏମ. ତ୍ରିନାଥ, ଭାଜପା ନଗର କମିଟି ସଭାପତି ପ୍ରଶାନ୍ତ ପୂଜାରୀ ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri