Posted inଜାତୀୟ

ଅଣାୟତ୍ତ କରୋନା ସ୍ଥିତି: ସକ୍ରିୟ ମାମଲା ୩୫ ହଜାର ମୁହାଁ…

ନୂଆଦିଲ୍ଲୀ, ୯।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୩୫ ହଜାର ମୁହଁା ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୫,୩୫୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୬,୧୫୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩୨ ହଜାର ଟପିଛି। ଏହା ୩୨ ହଜାର ୮୧୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୧ହଜାର ୧୯୪ ଥିଲା। ସେହିପରି ୨୪ ଘଣ୍ଟାରେ ୩,୭୨୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩,୨୫୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୯୬୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୫୬ ହଜାର ୬୧୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୯୨ ହଜାର ୮୩୭ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri