ଅଣାୟତ୍ତ ମୁହାଁ ମୃତ୍ୟୁ ସଂଖ୍ୟା, ଗୋଟିଏ ଦିନରେ ୯୫୯ ମୃତ…

ନୂଆଦିଲ୍ଲୀ, ୩୧।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୯ ହଜାର ୯୧୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୯୫୯ଜଣଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ଲଗାତାର ବଢୁଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଉଛି।

ଗତ ୨୪ ଘଣ୍ଟାରେ ୨ ଲକ୍ଷ ୬୨ ହଜାର ୬୨୮ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୧୮ ଲକ୍ଷ ୩୧ ହଜାର ୨୬୮ରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୪.୫ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୯୫ ହଜାର ୫୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୧୩ ଲକ୍ଷ ୨ ହଜାର ୪୪୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୮୯ ଲକ୍ଷ ୭୬ ହଜାର ୧୨୨ ଜଣ ସୁସ୍ଥ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ପାଞ୍ଚଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୫୧,୫୭୦ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ପଛକୁ କର୍ନାଟକ ରହିଛି। ଏଠାରେ ୨୮,୨୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ରରେ ୨୨,୪୪୪ , ତାମିଲନାଡୁରେ ୨୨,୨୩୮, ଆନ୍ଧ୍ରପ୍ରଦେଶରେ ୧୦,୩୧୦ , ରାଜସ୍ଥାନରେ ୧୦,୦୬୧ ଏବଂ ଗୁଜୁରାଟରେ ୯,୩୯୫ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୬୬ କୋଟି ଟପିଛି। ସେଥିମଧ୍ୟରେ ୮୯ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୦ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?