ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ ବ୍ୟାପୀ ଚାଲିଛି। ରବିବାର ଶିମିଳିପାଳ ଉତ୍ତର ଓ ଦକ୍ଷିଣ ଡିଭିଜନର ୩୦ଟି ସ୍ଥାନରେ ଫାୟାର ପଏଣ୍ଟ ଚିହ୍ନଟ କରାଯାଇଛି। ନିଅଁାକୁ ଆୟତ୍ତ କରିବା ପାଇଁ ବନ କର୍ମଚାରୀ, ଦମକଳ ବାହିନୀ ଏବଂ ଓଡ୍ରାଫ୍‌ ଟିମ୍‌ ପହଞ୍ଚତ୍ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛନ୍ତି। ମାସକ ମଧ୍ୟରେ ଶିମିଳିପାଳରେ ୧୪୯ଟି ଫାୟାର ପଏଣ୍ଟ ଚିହ୍ନଟ କରାଯାଇ ନିଆଁକୁ ଆୟତ୍ତ କରାଯାଇଛି ବୋଲି ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ବନ୍ୟପ୍ରାଣୀ ସଂରକ୍ଷକ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ କହିଛନ୍ତି।
ଜିଲାରେ ପାରଦ ୪୫ ଡିଗ୍ରୀ ନିକଟତର ହୋଇଛି। ଦେଶର ସର୍ବାଧିକ ତତଲା ସହର ଭାବେ ବାରିପଦା ପରିଗଣିତ ହୋଇଛି। ତାତି ବୃଦ୍ଧି ହେବା ସଙ୍ଗେ ସଙ୍ଗେ ଜଙ୍ଗଲ ନିଆଁ ଯୋଗୁ ପ୍ରଭାବିତ ହୋଇଛି ଜୀବଜଗତ। ଡହ ଡହ ଖରା ସହ ନିଅଁାର ପ୍ରକୋପରେ ଜୀବଜନ୍ତୁ ଓ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଚଳିତବର୍ଷ ମାର୍ଚ୍ଚରେ ମାତ୍ର ୨ଟି ଓ ରବିବାର ସୁଦ୍ଧା ୧୪୭ଟି ଫାୟାର ପଏଣ୍ଟ ଚିହ୍ନଟ କରାଯାଇଛି। ତେବେ ସାଟେଲାଇଟ ଚିତ୍ର ଓ ଡ୍ରୋନ୍‌ କ୍ୟାମେରାକୁ ବ୍ୟବହାର କରାଯାଇ ନିଅଁା ଲାଗିଥିବା ସ୍ଥାନରେ କର୍ମଚାରୀମାନେ ପହଞ୍ଚତ୍ ଲିଭାଇବାରେ ଲାଗିଛନ୍ତି। ଶନିବାର ଅଭୟାରଣ୍ୟର ୧୪ଟି ସ୍ଥାନରେ ନିଅଁା ଲାଗିଥିବା ବେଳେ ରବିବାର ୩୦ଟି ସ୍ଥାନରେ ନିଅଁା ଲାଗିଛି। ବନାଗ୍ନିକୁ ଆୟତ୍ତ କରିବା ପାଇଁ ବନ କର୍ମଚାରୀଙ୍କ ସହ ଦମକଳ ବାହିନୀ ଏବଂ ଓଡ୍ରାଫ୍‌ ଟିମ୍‌ ପହଞ୍ଚତ୍ ବ୍ଲୋୟାର ମେଶିନ ସାହାଯ୍ୟରେ ଫାୟାର ଲାଇନ ସୃଷ୍ଟି କରୁଛନ୍ତି। ଅତ୍ୟଧିକ ଗରମ ଓ ନିଅଁାର ପ୍ରକୋପ ଯୋଗୁ ନିଆଁ ଲିଭାଇବାରେ ବିଳମ୍ବ ହେଉଛି। ବାୟୁମଣ୍ଡଳ ଉତ୍ତପ୍ତ ହେବା ଫଳରେ ଅଭୟାରଣ୍ୟରେ ପଡ଼ିଥିବା ଶୁଖିଲା ପତ୍ରଗୁଡ଼ିକରେ ଅଗ୍ନି ସଂଯୋଗ ହେବାରୁ ଖୁବ୍‌ଶୀଘ୍ର ତାହା ଗୋଟିଏ ପାହାଡ଼ରୁ ଅନ୍ୟ ଏକ ପାହାଡ଼କୁ ବ୍ୟାପିବାରେ ଲାଗିଛି। ବହୁଦିନ ଧରି ବର୍ଷା ହୋଇ ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହେବା ସହ ବନ୍ୟଜନ୍ତୁ ବିପଦରେ ପଡ଼ିିଛନ୍ତି। ନିଅଁା ଦାଉରୁ ରକ୍ଷା ପାଇବାକୁ ଜୀବଜନ୍ତୁମାନେ ଗଁା ଓ ସହର ମୁହଁା ହେବାରେ ଲାଗିଛନ୍ତି। ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରା ନ ଗଲେ ଶିମିଳିପାଳ ଅଭୟାରଣ୍ୟ ଓ ବନ୍ୟଜନ୍ତୁଙ୍କୁ ସୁରକ୍ଷା ଦେବା କଷ୍ଟକର ହୋଇପଡ଼ିବ ବୋଲି ପରିବେଶବିତ୍‌ମାନେ ମତପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଶିମିଳିପାଳରେ ଲାଗିଥିବା ନିଅଁା ମନୁଷ୍ୟକୃତ ବୋଲି କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri