କଂଗ୍ରେସରେ ସୁନ୍ଦରଗଡ଼ ଜିଲାର ବିଜେଡି, ସିପିଏମ୍‌ କର୍ମୀ

ଭୁବନେଶ୍ୱର,୮।୧୦(ଅନିଲ ଦାସ): କଂଗ୍ରେସ ଦଳର ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସିି) ସଭାପତି ଶରତ ପଟ୍ଟନାୟକଙ୍କ ପ୍ରତି ଦୃଢ଼ ଆସ୍ଥା ପ୍ରକଟ କରି ସୁନ୍ଦରଗଡ଼ ଜିଲା ତଲସରା ବ୍ଲକ, ନୂଆଗାଁ ବ୍ଲକ ଏବଂ ବୀରମିତ୍ରପୁର ମ୍ୟୁନିସିପାଲିଟିର କେତେକ ବିଜେଡି ଓ ସିପିଏମ୍‌ କର୍ମୀ ଏହି ସର୍ବପୁରାତନ ଦଳରେ ଯୋଗ ଦେଇଛନ୍ତି। ଏହି ଉପଲକ୍ଷେ ଶନିବାର ଆୟୋଜିତ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ପିସିସି ସଭାପତି ସମସ୍ତ କର୍ମୀମାନଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ବାଗତ କରିଛନ୍ତି। ସେ କହିଛନ୍ତି ଯେ ଏହି ଯୋଗଦାନ ସୁନ୍ଦରଗଡ଼ ଜିଲାରେ କଂଗ୍ରେସ ସଂଗଠନକୁ ଆହୁରି ସୁଦୃଢ଼ କରିବ । ସୁନ୍ଦରଗଡ଼ ଜିଲା କଂଗ୍ରେସ ସଭାପତି ଜନାର୍ଦ୍ଦନ ଦେହୁରୀ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ସୁଶ୍ରୀ ସରୋଜିନୀ ବାଙ୍କୀ, କଂଗ୍ରେସ ନେତା ପ୍ରଦୀପ ମିଞ୍ଜ ଓ ଜିଲା କଂଗ୍ରେସ ସମ୍ପାଦକ ରାଜନ ଦାଶଙ୍କ ତତ୍ତ୍ୱାବଧାନରେ ଏହି କର୍ମୀମାନେ କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସରେ ଯୋଗଦେଇଥିବା କର୍ମକର୍ତ୍ତା ହେଲେ ପୂର୍ବତନ ସରପଞ୍ଚ ଜିଡେନ୍‌ ଓରାମ୍‌, ଲିଲି ଲାର୍କା, ପୌଲିନା ଡୁଙ୍ଗଡୁଙ୍ଗ, ରଞ୍ଜିତା ଲାକ୍ରା, ମେଡିଲିନ୍‌ ଲାକ୍ରା, ପିଟର ଲାକ୍ରା, ରଜତ କୁମାର ମିଞ୍ଜ, ସୁରେଶ ଟପ୍ଲେ, ଶ୍ରୀନୁସ୍‌ ବୋର୍ଡ, ରଜତ ଲାକ୍ରା, ବୁଦ୍ଧିରାମ ବଡ଼ାଇ, ଚନ୍ଦନ ଦାସ, ଜ୍ୟୋତି ଲାକ୍ରା ଓ ରୋଜାଲିନ୍‌ ଲାକ୍ରା । ନିଜ ପ୍ରତିକ୍ରିୟାରେ ସେମାନେ କହିଛନ୍ତି ଯେ, କଂଗ୍ରେସ ଦଳ ଆମମାନଙ୍କୁ ଯେଉଁ ଦାୟିତ୍ୱ ଦେବ ତାହା ନିଷ୍ଠାର ସହ ପାଳନ କରିବୁ । ଆଜିର ଏହି ମିଶ୍ରଣ କାର୍ଯ୍ୟକ୍ରମରେ ପିସିସି ସାଧାରଣ ସମ୍ପାଦକ ତରୁଣକାନ୍ତ ମିଶ୍ର ଓ କଂଗ୍ରେସ ନେତା ମିହିର ଆଚାର୍ଯ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri