ଅଘୋଷିତ ଆସନ: ଭୁବନେଶ୍ୱରରେ ଡେରା ପକାଇଛନ୍ତି ବିଧାୟକ

ଭୁବନେଶ୍ୱର, ୯ା୪(ଅନିଲ ଦାସ):ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଆଶାୟୀ ଏବଂ ବିଧାୟକଙ୍କ ମଧ୍ୟରେ କଡ଼ା ଟକ୍କର ଜାରି ରହିଛି। ଘୋଷଣା ହେବାକୁ ଥିବା ବହୁ ଆସନର ବିଧାୟକମାନେ ନିଜ ଟିକେଟକୁ ନେଇ ଚିନ୍ତାରେ ପଡ଼ିଥିବା ବେଳେ ଆଶାୟୀ ସେମାନଙ୍କ ସ୍ବର ଆହୁରି ଶାଣିତ କରିଛନ୍ତି। ନବୀନ ନିବାସରେ ସକାଳ ହେବା ମାତ୍ରେ ଆଶାୟୀଙ୍କ ସମର୍ଥକଙ୍କ ଭିଡ଼ ଲାଗିଯାଉଛି। ଘୋଷଣା ହେବାକୁ ଥିବା ନିର୍ବାଚନ ମଣ୍ଡଳୀର ବିଧାୟକମାନେ ଟିକେଟ ବଣ୍ଟା ଆରମ୍ଭ ହେବା ଦିନରୁ ଭୁବନେଶ୍ୱରରେ ଡେରା ପକାଇଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱରର ୩ ବିଧାନସଭା ନିର୍ବାଚନମଣ୍ଡଳୀ ଏକାମ୍ର ଓ ଉତ୍ତର ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ମଧ୍ୟ ନିର୍ବାଚନ ମଣ୍ଡଳୀ ଲଟକି ରହିଛି। ଏଠାରେ ବର୍ତ୍ତମାନର ବିଧାୟକ ଅନନ୍ତ ନାରାୟଣ ଜେନା ପୁଣିଥରେ ଟିକେଟ ପାଇବା ପାଇଁ ଜୋର୍‌ସୋର ଉଦ୍ୟମ ଚଳାଇଥିବା ବେଳେ କର୍ପୋରେଟର ଅମରେଶ ଜେନା ଏବଂ ରୁଦ୍ର ସାମନ୍ତରାୟ ମିଳିତ ଭାବେ ଅଭିଯାନ ଜାରି ରଖିଛନ୍ତି। ଉଭୟ ଅନନ୍ତଙ୍କ ପ୍ରାର୍ଥତ୍ତ୍ୱକୁ କଡ଼ା ବିରୋଧ କରୁଛନ୍ତି। ଉଭୟ ପକ୍ଷଙ୍କୁ ଡାକି ବିଜେଡିର ବରିଷ୍ଠ ନେତାମାନେ ଆଲୋଚନା କରିଥିଲେ ମଧ୍ୟ ଏଯାଏ କୌଣସି ସମାଧାନର ବାଟ ବାହାରି ପାରିନାହିଁ। ଏଭଳି ସ୍ଥିତିିରେ ଦଳ ଉଭୟଙ୍କୁ ବାଦ୍‌ ଦେଇ ଅନ୍ୟ ବିକଳ୍ପ ସନ୍ଧାନରେ ଥିବା ଚର୍ଚ୍ଚା ହେଉଛି। ବିଜେଡି ସାଧାରଣ ସମ୍ପାଦକ ଦୁର୍ଗା ସାମନ୍ତରାୟ ଏବଂ ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ନାମ ମଧ୍ୟ ଚର୍ଚ୍ଚାର ପରିସରକୁ ଆସିଛି। ଏହା ଭିତରେ ଅନନ୍ତ ଏବଂ ଅମରେଶ-ରୁଦ୍ର ଗୋଷ୍ଠୀ ନିଜର ଶକ୍ତି ପ୍ରଦର୍ଶନରେ ଲାଗିଛନ୍ତି। ରବିବାର ଲକ୍ଷ୍ମୀସାଗର ମେଳଣ ପଡ଼ିଆରେ ଅନନ୍ତ ଏକ ସମାବେଶ ଆୟୋଜନ କରି ନିଜର ଶକ୍ତି ପ୍ରଦର୍ଶନ କରି ଟିକେଟ ପାଇଁ ଦାବି ଦୋହରାଇଛନ୍ତି। ତେବେ ବିଜେଡି ଅବଶିଷ୍ଟ ଆସନ ପାଇଁ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri