Posted inଜାତୀୟ

ଦେଶରେ ଜାରି ହୋଇଛି ଅଘୋଷିତ ଜରୁରୀକାଳୀନ ପରିସ୍ଥିତି, ଏସଡିପିଆଇର ଅଭିଯୋଗ…

ନୂଆଦିଲ୍ଲୀ, ୨୮।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା ପରେ ଏବେ ଦେଶରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ଦେଶରେ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ସୋସିଆଲ ଡେମୋକ୍ରାଟିକ ପାର୍ଟି ଅଫ ଇଣ୍ଡିଆ (ଏସଡିପିଆଇ) ପକ୍ଷରୁ ଅଭିଯୋଗ ହୋଇଛି। ଏହା ସହିତ ଏସଡିପିଆଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରିଛି।

ଦଳ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ ପିଏଫଆଇ ଉପରେ ପ୍ରତିବନ୍ଧକ ଲଗାଇବା ହେଉଛି ଭାରତୀୟ ସମ୍ବିଧାନ ଏବଂ ଗଣତନ୍ତ୍ର ଉପରେ ଆକ୍ରମଣ। ଏହି ବିବୃତ୍ତିରେ କୁହାଯାଇଛି ଯେ ଭାଜପା ନେତୃତ୍ୱାଧିନ ଏନଡିଏର ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଦେଶରେ ଏକ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି ଜାରି କରିଛନ୍ତି। ଏହା ଗଣତନ୍ତ୍ର ପାଇଁ ଏକ କଳଙ୍କମୟ ସମୟ ବୋଲି ଏସଡିପିଆଇ କହିଛି।

ସୂଚନାଯୋଗ୍ୟ, ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ ଜାତୀୟ ବିରୋଧୀ କାର୍ଯ୍ୟକଳାପରେ ଜଡ଼ିତ ଥିବା ଅଭିଯୋଗ ଆଧାରରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଭାରତରେ ପିଏଫ୍‌ଆଇକୁ ପାଞ୍ଚ ବର୍ଷ ପାଇଁ ନିଷିଦ୍ଧ କରିଛି। ଏଥିପାଇଁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି।

ୟୁଏପିଏ ଅଧିନିୟମ ଅନୁଯାୟୀ ଏହି ସଂଗଠନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ପିଏଫଆଇ ବ୍ୟତୀତ ଏହାର ଅନ୍ୟ ସହଯୋଗୀ ସଂଗଠନ ରେହବ ଇଣ୍ଡିଆ ଫାଉଣ୍ଡେସନ, କ୍ୟାମ୍ପସ ଫ୍ରଣ୍ଟ ଅଫ ଇଣ୍ଡିଆ, ଅଲ ଇଣ୍ଡିଆ ଇମାମ କାଉନସିଲ,ନ୍ୟାଶନାଲ କନଫେଡେରେସନ ଅଫ ହ୍ୟୁମାନ ରାଇଟସ୍‌ ଅର୍ଗାନାଇଜେଶନ, ନ୍ୟାଶନାଲ ଓ୍ବମେନ ଫ୍ରଣ୍ଟ, ଏମ୍ପାପାଓ୍ବାର ଇଣ୍ଡିଆ ଫାଉଣ୍ଡେସନ, ରେହବ ଫାଉଣ୍ଡେସନ (କେରଳ), ଜୁନିଅର ଫ୍ରଣ୍ଟକୁ ମଧ୍ୟ ନିଷିଦ୍ଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri