Posted inଜାତୀୟ

ଦେଶରେ ଜାରି ହୋଇଛି ଅଘୋଷିତ ଜରୁରୀକାଳୀନ ପରିସ୍ଥିତି, ଏସଡିପିଆଇର ଅଭିଯୋଗ…

ନୂଆଦିଲ୍ଲୀ, ୨୮।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା ପରେ ଏବେ ଦେଶରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ଦେଶରେ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ସୋସିଆଲ ଡେମୋକ୍ରାଟିକ ପାର୍ଟି ଅଫ ଇଣ୍ଡିଆ (ଏସଡିପିଆଇ) ପକ୍ଷରୁ ଅଭିଯୋଗ ହୋଇଛି। ଏହା ସହିତ ଏସଡିପିଆଇ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରିଛି।

ଦଳ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ ପିଏଫଆଇ ଉପରେ ପ୍ରତିବନ୍ଧକ ଲଗାଇବା ହେଉଛି ଭାରତୀୟ ସମ୍ବିଧାନ ଏବଂ ଗଣତନ୍ତ୍ର ଉପରେ ଆକ୍ରମଣ। ଏହି ବିବୃତ୍ତିରେ କୁହାଯାଇଛି ଯେ ଭାଜପା ନେତୃତ୍ୱାଧିନ ଏନଡିଏର ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଦେଶରେ ଏକ ଅଘୋଷିତ ଜରୁରୀକାଳୀନ ପରିସ୍ଥିତି ଜାରି କରିଛନ୍ତି। ଏହା ଗଣତନ୍ତ୍ର ପାଇଁ ଏକ କଳଙ୍କମୟ ସମୟ ବୋଲି ଏସଡିପିଆଇ କହିଛି।

ସୂଚନାଯୋଗ୍ୟ, ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ ଜାତୀୟ ବିରୋଧୀ କାର୍ଯ୍ୟକଳାପରେ ଜଡ଼ିତ ଥିବା ଅଭିଯୋଗ ଆଧାରରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଭାରତରେ ପିଏଫ୍‌ଆଇକୁ ପାଞ୍ଚ ବର୍ଷ ପାଇଁ ନିଷିଦ୍ଧ କରିଛି। ଏଥିପାଇଁ ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି।

ୟୁଏପିଏ ଅଧିନିୟମ ଅନୁଯାୟୀ ଏହି ସଂଗଠନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ପିଏଫଆଇ ବ୍ୟତୀତ ଏହାର ଅନ୍ୟ ସହଯୋଗୀ ସଂଗଠନ ରେହବ ଇଣ୍ଡିଆ ଫାଉଣ୍ଡେସନ, କ୍ୟାମ୍ପସ ଫ୍ରଣ୍ଟ ଅଫ ଇଣ୍ଡିଆ, ଅଲ ଇଣ୍ଡିଆ ଇମାମ କାଉନସିଲ,ନ୍ୟାଶନାଲ କନଫେଡେରେସନ ଅଫ ହ୍ୟୁମାନ ରାଇଟସ୍‌ ଅର୍ଗାନାଇଜେଶନ, ନ୍ୟାଶନାଲ ଓ୍ବମେନ ଫ୍ରଣ୍ଟ, ଏମ୍ପାପାଓ୍ବାର ଇଣ୍ଡିଆ ଫାଉଣ୍ଡେସନ, ରେହବ ଫାଉଣ୍ଡେସନ (କେରଳ), ଜୁନିଅର ଫ୍ରଣ୍ଟକୁ ମଧ୍ୟ ନିଷିଦ୍ଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri