Posted inଖେଳ

୧୪ ବର୍ଷରୁ କମ୍‌ ଜାତୀୟ ଟେନିସ: ସୋହିନୀ ରନର୍ସଅପ୍‌

ଭୁବନେଶ୍ୱର,୨୧।୩(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶାର ୧୨ ବର୍ଷୀୟା ବାଳିକା ଟେନିସ୍‌ ଖେଳାଳି ସୋହିନୀ ମହାନ୍ତି ଏକ ବିରଳ ସଫଳତା ଅର୍ଜନ କରିଛନ୍ତି। ପ୍ରଥମ ଓଡ଼ିଆ ଟେନିସ ଖେଳାଳି ଭାବେ ସେ ଜାତୀୟ ଚାମ୍ପିୟନଶିପ୍‌ର ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ ଖେଳିଛନ୍ତି। ସେ ମଧ୍ୟ ୧୪ ବର୍ଷରୁ କମ୍‌ ମୁମ୍ବାଇ ନ୍ୟାଶନାଲ୍ସ ବାଳିକା ଇଭେଣ୍ଟର ଡବଲ୍ସ ଫାଇନାଲ ମ୍ୟାଚ୍‌ ଖେଳିଛନ୍ତି। ୫୧ ର଼୍ୟାଙ୍କ୍‌ର ଖେଳାଳି ଭାବେ ସେ ଭାରତର ୨ ଓ ୬ ନମ୍ବର ଖେଳାଳିଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ।
ତେବେ ସେ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ଇଭେଣ୍ଟରେ ଫାଇନାଲରେ ପରାସ୍ତ ହୋଇ ରନର୍ସ ଅପ୍‌ ବିବେଚିତ ହୋଇଛନ୍ତି। ସିଙ୍ଗଲ୍ସ ଫାଇନାଲରେ ସେ ଲଢ଼େଇ କରିଥିଲେ ମଧ୍ୟ ମହାରାଷ୍ଟ୍ରର ଅସ୍‌ମି ଅଡକରଙ୍କଠାରୁ ୬-୧, ୪-୬, ୨-୬ ସେଟ୍‌ରେ ପରାସ୍ତ ହୋଇଥିଲେ। ସେହିପରି ଡବଲ୍ସରେ ସୋହିନୀ ଓ ତାଙ୍କ ପାର୍ଟନର ଦିଲ୍ଳୀର ମାନ୍‌ସୀ ସିଂ ସଂଘର୍ଷ କରି ୭-୫, ୪-୬ ସେଟ୍‌ରେ ପ୍ରତିପକ୍ଷ ଯୋଡିଙ୍କଠାରୁ ପରାସ୍ତ ହୋଇ ରନର୍ସ ଅପ ହୋଇଥିଲେ। ମାତ୍ର ୧୨ ବର୍ଷ ବୟସରେ ସେ ଏ ପର୍ଯ୍ୟନ୍ତ ୫୯ଟି ଅଲ୍‌ ଇଣ୍ଡିଆ ଟାଇଟଲ୍‌ ହାସଲ କରିଛନ୍ତି। ଓଡ଼ିଶାରେ ସେ ଏହି କ୍ରମରେ ସର୍ବାଧିକ ଟାଇଟଲ ହାସଲକାରୀ ଖେଳାଳି ସାବ୍ୟସ୍ତ ହୋଇଛନ୍ତି। ଗତବର୍ଷ ସେ ଜାତୀୟ ୧୨ ବର୍ଷରୁ କମ୍‌ ସିଙ୍ଗଲ୍ସ ଟୁର୍ନାମେଣ୍ଟରେ ଦୁଇଥର ସେମିଫାଇନାଲରେ ପ୍ରବେଶ କରିଥିଲେ।
କୋଚ୍‌ ସୟଦ ଫାରହାନ ଅଲୀଙ୍କ ତତ୍ତ୍ୱାବଧାନରେ ସେ କ୍ରମାଗତ ଭାବେ ନିଜ ପ୍ରଦର୍ଶନରେ ଉନ୍ନତି ଆଣିବାରେ ସଫଳ ହୋଇଛନ୍ତି। ନିଜର କଠିନ ପରିଶ୍ରମ ଓ ଅଧ୍ୟବସାୟ ବଳରେ ସେ ୧୨ ବର୍ଷରୁ କମ୍‌ ଭାରତୀୟ ଡେଭିସ କପ୍‌ ଜୁନିୟର ଦଳରେ ସ୍ଥାନ ପାଇଥିଲେ। ଭାରତରେ ୧୨ ବର୍ଷରୁ କମ୍‌ ବର୍ଗରେ ସେ କ୍ୟାରିୟର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌ ୨ ନମ୍ବର ସ୍ଥାନ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri