୧୫ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ୍‌ ଦଳରେ ନୀଳଗିରିର ଶୁଭଲକ୍ଷ୍ମୀ

ନୀଳଗିରି,୧୬ା୧୧(ପ୍ରଶାନ୍ତ ବିଶ୍ୱାଳ)ନୀଳଗିରି ନିର୍ବାଚନ ମଣ୍ଡଳୀ ସିଆଡ଼ିମାଳ ଗ୍ରାମର ବାବୁଲା ସିଂଙ୍କ ଝିଅ ଶୁଭଲକ୍ଷ୍ମୀ ୧୫ ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଏନେଇ ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ବିଭିନ୍ନ ମହଲରୁ ତାଙ୍କୁ ପ୍ରଶଂସାର ସୁଅ ଛୁଟିଛି।
ଶିକ୍ଷକ ବାବୁଲା ସିଂ ଓ ବାସନ୍ତୀ ସିଂଙ୍କ ଏକମାତ୍ର କନ୍ୟା ଶୁଭଲକ୍ଷ୍ମୀଙ୍କ ପିଲାଟି ଦିନରୁ କ୍ରିକେଟ୍‌ ପ୍ରତି ଦୁର୍ବଳତା ଥିଲା। ବାବୁଲା ତାଙ୍କୁ ଉତ୍ସାହିତ କରିଆସୁଥିଲେ। ନୀଳଗିରି ନିମ୍ସ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀରେ ଅଧ୍ୟୟନ କରୁଥିବା ୧୪ ବର୍ଷୀୟା ଶୁଭଲକ୍ଷ୍ମୀ ବାଲେଶ୍ୱର ଜିଲାସ୍ତରରୁ ଖେଳ ଆରମ୍ଭ କରି ଓଡ଼ିଶା ୧୫ ବର୍ଷରୁ କମ୍‌ ମହିଳା ଦଳରେ ସାମିଲ ହୋଇ ତାଙ୍କ ଅଧିନାୟକତ୍ୱରେ ୫ଟି ଅଭ୍ୟାସ ମ୍ୟାଚ ଖେଳିବା ପାଇଁ ପଶ୍ଚିମବଙ୍ଗ ଯାତ୍ରା କରିଥିଲେ। ତିନୋଟିରେ ଶୁଭଲକ୍ଷ୍ମୀଙ୍କ ଅଧିନାୟକତ୍ୱରେ ଦଳ ଉନ୍ନତ ପ୍ରଦର୍ଶନ କରିବା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ସହ ଖେଳି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେ ଉଭୟ ବ୍ୟାଟିଂ ଓ କିପିଂରେ ଦକ୍ଷତା ପ୍ରତିପାଦନ କରିଥିବା ବେଳେ ଆସନ୍ତା ୧୭ରୁ ୨୫ ତାରିଖ ପର୍ଯ୍ୟନ୍ତ ଗୁଜୁରାଟରେ ହେବାକୁ ଥିବା ପ୍ରତିଯୋଗିତା ପାଇଁ ଓଡ଼ିଶା ମହିଳା ଦଳରେ ସାମିଲ ହୋଇଛନ୍ତି। ନୀଳଗିରି ସମେତ ବାଲେଶ୍ୱର ଜିଲାର ବହୁ ଖେଳପ୍ରେମୀ ତାଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି। ଶୁଭଲକ୍ଷ୍ମୀ ନୀଳଗିରି ପାଇଁ ଗୌରବ ଆଣନ୍ତୁ ବୋଲି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଶୁଭେଚ୍ଛା ବାର୍ତ୍ତାରେ ଜଣାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri