Posted inଖେଳ

୧୫ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ : ନିଖିଲ ଚାମ୍ପିୟନ, ବିକାଶ ରନର୍ସଅପ୍‌

ଭୁବନେଶ୍ୱର, ୨୬।୬(କ୍ରୀଡ଼ା ପ୍ରତିନିଧି):ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ୧୫ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଟୁର୍ନାମେଣ୍ଟ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା, ବାହାର ରାଜ୍ୟ ଏବଂ ବିଦେଶର କେତେକ ଖେଳାଳି ଏଥିରେ ଅଂଶଗ୍ରହଣ କରିଥିଲେ। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ପୂରା ୭ ପଏଣ୍ଟ ହାସଲ କରି ଭୁବନେଶ୍ୱର ଷ୍ଟୁଆର୍ଟ ସ୍କୁଲର ୯ମ ଷ୍ଟାଣ୍ଡାର୍ଡ ଛାତ୍ର ନିଖିଲ ସାହୁ ଚାମ୍ପିୟନ ହୋଇଛନ୍ତି। ପ୍ରଭୁଜୀ ଇଂଲିଶ୍‌ ମିଡିୟମ ସ୍କୁଲର ବିକାଶ କୁମାର ଲେଙ୍କା ୫.୫ ପଏଣ୍ଟ ସହିତ ରନର୍ସଅପ୍‌ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ତେଜାସ ଲୋହାନୀ, ତନ୍ମୟା ତ୍ରିପାଠୀ ଓ ହାଇଦ୍ରାବାଦର ଶିବମ୍‌ ମିଶ୍ର (ସମେସ୍ତ ୫ ପଏଣ୍ଟ ଲେଖାଏ) ଯଥାକ୍ରମେ ୩ୟରୁ ୫ମ ସ୍ଥାନ ଅଧିକାର କରିଛନ୍ତି। ସନ୍ଦୀପା ପ୍ରିୟଦର୍ଶିନୀ ସାହୁ(୪) ଶ୍ରେଷ୍ଠ ବାଳିକା ଖେଳାଳି ପୁରସ୍କାର ପାଇଛନ୍ତି। ୧୧ ବର୍ଷରୁ କମ୍‌ ବର୍ଗରେ ସାଇ ଅମୃତ ପରିଜା, ତ୍ରିଦେବ ତୀର୍ଥଙ୍କର, ୯ ବର୍ଷରୁ କମ୍‌ରେ ଧ୍ରୁବ ଏବଂ ୭ ବର୍ଷରୁ କମ୍‌ ବିଭାଗରେ ଅନ୍ନବ ବିଶ୍ୱାଳ ଓ ଶୁଭସ୍ମିତା ପ୍ରିୟଦର୍ଶିନୀ ଶ୍ରେଷ୍ଠ ବିବେଚିତ ହୋଇଛନ୍ତି। ସତ୍ୟରଞ୍ଜନ ପଟ୍ଟନାୟକ, ଡାକ୍ତର ମାନସ ରଞ୍ଜନ ମିଶ୍ର ଓ ସତ୍ୟଜିତ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ପ୍ରତିଯୋଗିତା ପରିଚାଳିତ ହୋଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମଥର ଟି୨୦ ବିଶ୍ୱକପରେ ଘଟିଲା ଏମିତି: ବ୍ରୁକ ରଚିଲେ ଇତିହାସ

ନୂଆଦିଲ୍ଲୀ,୨୫।୨: ପାକିସ୍ତାନ ବିପକ୍ଷରେ ହ୍ୟାରି ବ୍ରୁକ ଏକ ଐତିହାସିକ ଶତକ ହାସଲ କରିଥିଲେ। ଫଳରେ ଇଂଲଣ୍ଡକୁ ବିଜୟ ହାସଲ କରିବାରେ ସାହାଯ୍ୟ କରିଥିଲା। ଏହି ବିଜୟ ସହିତ…

T20 World Cup 2026: ସେମିଫାଇନାଲରେ ଇଂଲଣ୍ଡ, ବିଶ୍ୱକପ୍‌ ରେସ୍‌ରୁ ପାକିସ୍ତାନ ବିଦା?

ନୂଆଦିଲ୍ଲୀ,୨୪।୨: ପାଲ୍ଲେକେଲେଠାରେ ଖେଳାଯାଇଥିବା ଏକ ରୋମାଞ୍ଚକର ସୁପର-୮ ମୁକାବିଲାରେ ପାକିସ୍ତାନକୁ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲ ଟିକେଟ ହାସଲ କରିଛି। ଶେଷ ଓଭର ପର୍ଯ୍ୟନ୍ତ ଚାଲିଥିବା ଏହି…

T20 World Cup 2026: ଟିମ୍‌ ଇଣ୍ଡିଆର ହାତ ଛାଡିଲେ ରିଙ୍କୁ ସିଂହ! ଅଚାନକ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୪।୨: ଟିମ ଇଣ୍ଡିଆର ଅଲରାଉଣ୍ଡର ରିଙ୍କୁ ସିଂହଙ୍କୁ ଅପ୍ରତ୍ୟାଶିତ ଭାବରେ ଘରକୁ ଫେରିବାକୁ ପଡିଛି। ସେ ଚେନ୍ନାଇରୁ ଫେରି ଆସିଛନ୍ତି। ରିଙ୍କୁ ସିଂହଙ୍କ ଫେରିବାର କାରଣ ପରିବାରର…

ସଚିନଙ୍କୁ କ୍ଷମାମାଗିଲେ ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୪ା୨: ଭାରତର କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ବହୁ ବାର ଭୁଲ୍‌ ନିଷ୍ପତ୍ତି ଦେଇ ଆଉଟ୍‌ କରିଥିବା ପୂର୍ବତନ ଅମ୍ପାୟର ଷ୍ଟିଭ ବକ୍‌ନର ଦୀର୍ଘ ୨୨ ବର୍ଷ…

ଦକ୍ଷିଣ ଆଫ୍ରିକା ଯିବ ଅଷ୍ଟ୍ରେଲିଆ ଦଳ

ମେଲବୋର୍ନ,୨୪ା୨: ଅଷ୍ଟ୍ରେଲିଆ ପୁରୁଷ କ୍ରିକେଟ ଦଳ ସେପ୍ଟେମ୍ବର ଓ ଅକ୍ଟୋବରରେ ଦକ୍ଷିଣ ଆଫ୍ରିକା ଟୁର୍‌ରେ ଯିବ। ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୩ଟି ଟେଷ୍ଟ ଏବଂ ସମାନ ସଂଖ୍ୟକ ଅନ୍ତର୍ଜାତୀୟ…

ଆସିଲା ମହିଳା ଟି୨୦ ବିଶ୍ୱକପ୍‌ କାର୍ଯ୍ୟସୂଚୀ: ଜୁନ ୧୪ରେ ପୁଣି ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୨୪ା୨: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମଙ୍ଗଳବାର ଆଗାମୀ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରିଛି। ଜୁନ ୧୨ରୁ ଜୁଲାଇ ୫…

୨୦୨୬ ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିଲା ଭାରତ! ୱେଷ୍ଟଇଣ୍ଡିଜର ରେକର୍ଡ ବିଜୟ କୋଟି କୋଟି ଭାରତୀୟଙ୍କୁ ଦେଲା ଝଟକା

ନୂଆଦିଲ୍ଲୀ,୨୪।୨: ଭାରତ କ’ଣ ୨୦୨୬ ଟି୨୦ ବିଶ୍ୱକପରୁ ବାହାର ହୋଇଯାଇଛି କି? ଟିମ ଇଣ୍ଡିଆ କ’ଣ ଏବେ ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପହଞ୍ଚିପାରିବ ନାହିଁ? ଭାରତ…

ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ଟି୨୦ ବିଶ୍ୱକପ ଫାଇନାଲ, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୪।୨: ICC ଟି-୨୦ ବିଶ୍ୱକପ ୨୦୨୬ ବର୍ତ୍ତମାନ ରୋମାଞ୍ଚକର ସୁପର ୮ ପର୍ଯ୍ୟାୟରେ ଚାଲିଛି। ସୁପର ୮ ପର୍ଯ୍ୟାୟର ଶ୍ରେଷ୍ଠ ଚାରିଟି ଦଳ ସେମିଫାଇନାଲକୁ ଯିବେ, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri