ଦେଢ଼ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଦେଢ଼ ଶହ ତଳେ ରହିଛି। ଏହା ୧୨୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୭୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୩୧୯ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୩୭୧ ଥିଲା। ସେହିପରି ୨୪ ଘଣ୍ଟାରେ ୧୭୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୨୧ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୦ ହଜାର ୨୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୭ ହଜାର ୧୭୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri