Posted inଖେଳ

୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ: ବାଂଲାଦେଶ-ୟୁଏଇ ଫାଇନାଲ

ଦୁବାଇ, ୧୭ା୧୨: ଏସିସି ୧୯ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ ପ୍ରତିଯୋଗିତାର ଫାଇନାଲ ବାଂଲାଦେଶ ଓ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ମଧ୍ୟରେ ହେବ। ଶୁକ୍ରବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଅରିଫୁଲ୍‌ ଇସ୍‌ଲାମଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ପରେ ବାମହାତୀ ପେସ୍‌ ବୋଲର ମାରୁଫ ମ୍ରିଧାଙ୍କ ଚମତ୍କାର ବୋଲିଂ ଯୋଗୁ ବାଂଲାଦେଶ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୪୨.୪ ଓଭରରେ ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଦୁଇ ଖେଳାଳି ମୁଶିର ଖାନ୍‌ (୫୦) ଓ ମୁରୁଗାନ ଅଭିଷେକ(୬୨) ଅର୍ଦ୍ଧଶତକ ହାସଲ କରିଥିଲେ। ମାରୁଫ ୪୧ ରନ ବିନିମୟରେ ୪ ଉଇକେଟ ଅକ୍ତିଆର କରି ଭାରତର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ଜବାବରେ ବାଂଲାଦେଶ ଇନିଂସରେ ମଧ୍ୟ ଅସ୍ଥିରତା ଦେଖା ଦେଇଥିଲା। ତେବେ ଦଳ ୪୨.୫ ଓଭରରେ ୬ ଉଇକେଟ ବିନିମୟରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳ ପକ୍ଷରୁ ଇସ୍‌ଲାମ ୯୦ ବଲରୁ ୯୪ରନର ଆକ୍ରମଣାତ୍ମକ ଇନିଂସ ଖେଳିଥିଲେ।

ପାକିସ୍ତାନ ପରାସ୍ତ
ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ପାକିସ୍ତାନ ବିପକ୍ଷରେ ୟୁଏଇ ୧୧ ରନରେ ଚମକପ୍ରଦ ବିଜୟ ହାସଲ କରିଛି। ଏଥିରେ ପ୍ରଥମେ ବ୍ୟାଟିଂ କରିଥିବା ୟୁଏଇ ୧୯୩ ରନରେ ଅଲଆଉଟ ହୋଇଯାଇଥିଲା। ଅଧିନାୟକ ଆୟାନ ଖାନ୍‌ ୫୫ରନ (୫୭ବଲ୍‌) ଏବଂ ଓପନର ଆର୍ଯ୍ୟାଂଶ ଶର୍ମା ୪୬ (୭୦ବଲ୍‌) ରନ କରିଥିଲେ। ୟୁଏଇ ୩ ବଲ୍‌ ବାକିଥାଇ ପାକିସ୍ତାନକୁ ୧୮୨ରନରେ ଅଲଆଉଟ କରିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?