Posted inଖେଳ

୧୯ ବର୍ଷରୁ କମ୍‌ ମହିଳା ଟି୨୦ ବିଶ୍ୱକପ୍‌: ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ଭାରତ

ପୋଶ୍ଚେଫଷ୍ଟ୍ରୁମ୍‌ (ଦକ୍ଷିଣ ଆଫ୍ରିକା), ୨୮।୧(ପି.ଟି.): ଓପନର ଶ୍ୱେତା ଶେରାଓ୍ବତଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ପାର୍ଶଭି ଚୋପ୍ରାଙ୍କ ୩ ଉଇକେଟ ସଫଳତାକୁ ପାଥେୟ କରି ଭାରତ ୮ ଉଇକେଟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୧୯ ବର୍ଷରୁ କମ୍‌ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଅଧିନାୟକା ଶେଫାଳୀ ବର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ବିନିମୟରେ ୧୦୭ ରନ କରିଥିଲା। ପାର୍ଶଭି ଚମତ୍କାର ବୋଲିଂ କରି ୨୦ ରନ ଦେଇ ୩ ଉଇକେଟ ଅକ୍ତିଆର କରିଥିଲେ। ଏହି ୧୬ ବର୍ଷୀୟ ଲେଗ୍‌ ସ୍ପିନର ନ୍ୟୁଜିଲାଣ୍ଡ ବ୍ୟାଟିଂ ଲାଇନ୍‌ଅପ୍‌ର ମେରୁଦଣ୍ଡ ଭାଙ୍ଗି ଦେଇଥିଲେ। ଫଳରେ ନ୍ୟୁଜିଲାଣ୍ଡ ୧୩ତମ ଓଭର ବେଳକୁ ୭୪ ରନରେ ୫ ଉଇକେଟ ହରାଇଥିଲା। ଟିଟାସ ସାଧୁ, ମନତ କାଶ୍ୟପ, ଶେଫାଳି ଓ ଅର୍ଚ୍ଚନା ଦେବୀ ପ୍ରତ୍ୟେକ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ସେନଓ୍ବେସ୍‌ ପାର୍କଠାରେ ଖେଳାଯାଇଥିବା ଏହି ମ୍ୟାଚରେ ରନ ସଂଗ୍ରହ ପାଇଁ ସଂଘର୍ଷ କରିଥିବା ନ୍ୟୁଜିଲାଣ୍ଡ ତରଫରୁ ଜର୍ଜିଆ ପ୍ଲିମର (୩୫), ଇସାବେଲା ଗେଜ୍‌ (୨୬), ଇଜି ଶାର୍ପ (୧୩) ଓ କେଲେ ନାଇଟ୍‌ (୧୨) କେବଳ ଦୁଇ ଅଙ୍କ ସ୍କୋର କରିବାରେ ସମର୍ଥ ହୋଇଥିଲେ। ଶେରାଓ୍ବତଙ୍କ ଅପରାଜିତ ୬୧ ରନ (୪୫ ବଲ୍‌, ୧୦ ଚୌକା) ସହାୟତାରେ ଭାରତ ୧୦୮ ରନର ବିଜୟ ଲକ୍ଷ୍ୟକୁ ସହଜରେ ହାସଲ କରିନେଇଥିଲା। ଶେଫାଳି ମାତ୍ର ୧୦ ରନ କରି ଆଉଟ ହୋଇଯିବା ପରେ ଶେରାଓ୍ବତ ଓ ସୌମ୍ୟା ତିଓ୍ବାରୀ (୨୨) ୬୨ ରନ ଯୋଗ କରି ଦଳ ପାଇଁ ବିଜୟ ପଥ ପରିଷ୍କାର କରିଥିଲେ। ଶେରାଓ୍ବତ ଓ ଗୋଙ୍ଗାଡି ତ୍ରିଶା (୫) ମ୍ୟାଚର ପରିସମାପ୍ତି ଘଟାଇଥିଲେ। ଭାରତ ୧୪.୨ ଓଭରରେ ୨ ଉଇକେଟ ବିନିମୟରେ ୧୧୦ ରନ କରିଥିଲା। ତିନୋଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିବା ପାର୍ଶଭି ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଭାରତ ଫାଇନାଲରେ ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁଥିବା ଅନ୍ୟ ସେମିଫାଇନାଲ ବିଜେତାକୁ ଭେଟିବ।
ସଂକ୍ଷିପ୍ତ ସ୍କୋର
ନ୍ୟୁଜିଲାଣ୍ଡ ମହିଳା ଦଳ: ୨୦ ଓଭରରେ ୧୦୭/୯ (ଜର୍ଜିଆ ପ୍ଲିମର-୩୫; ପାର୍ଶଭି ଚୋପ୍ରା-୩/୨୦)।
ଭାରତ ମହିଳା ଦଳ: ୧୪.୨ ଓଭରରେ ୧୧୦/୨ (ଶ୍ୱେତା ଶେରାଓ୍ବତ-୬୧; ଆନ୍ନା ବ୍ରାଉନିଂ (୨/୧୮)।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri