Posted inଖେଳ

୧୯ ବର୍ଷରୁ କମ୍‌ ୨୦୨୨ ବିଶ୍ୱକପ୍‌: କ୍ୱାଲିଫିକେଶନ କାର୍ଯ୍ୟସୂଚୀ ପୁନଃନିର୍ଦ୍ଧାରିତ

ଦୁବାଇ,୧୪।୧୨(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଓ୍ବେଷ୍ଟଇଣ୍ଡିଜ୍‌ରେ ଖେଳାଯିବାକୁ ଥିବା ୨୦୨୨ ବିଶ୍ୱକପ୍‌ର କ୍ୱାଲିଫିକେଶନ ପାଥ୍‌ଓ୍ବ ବା କାର୍ଯସୂଚୀକୁ ଆଇସିସି ପୁନଃନିର୍ଦ୍ଧାରିତ କରିଛି। ଏହି ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟରେ ୩୩ଟି ଦଳ ୫ଟି ସ୍ଥାନ ପାଇଁ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହେବେ।
ଏହି ବିଶ୍ୱକପ୍‌ ପାଇଁ ଭାରତ, ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ବାଂଲାଦେଶ, ଇଂଲଣ୍ଡ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା, ଓ୍ବେଷ୍ଟଇଣ୍ଡିଜ ଓ ଜିମ୍ବାଓ୍ବେ ଯୋଗ୍ୟାତ ହାସଲ କରିସାରିଛନ୍ତି। ବିଶ୍ୱକପ୍‌ର ୨୦୨୦ ସଂସ୍କରଣରେ ଏହି ଦଳଗୁଡିକ ପ୍ରଦର୍ଶନ ଅନୁସାରେ ଶ୍ରେଷ୍ଠ ୧୧ଟି ସ୍ଥାନରେ ରହି ଯୋଗ୍ୟାତ ହାସଲ କରିଛନ୍ତି। କୋଭିଡ୍‌-୧୯ ମହାମାରୀ ପାଇଁ ୨୦୨୨ ସଂସ୍କରଣର ଯୋଗ୍ୟତା ପର୍ଯ୍ୟାୟ ଗୋଟିଏ ବର୍ଷ ବିଳମ୍ବିତ ହୋଇଛି। ବାକିଥିବା ୫ଟି ସ୍ଥାନ ରିଜିଓନାଲ କ୍ୱାଲିଫିକେଶନ ଦ୍ୱାରା ନିର୍ଦ୍ଧାରିତ ହେବ। ଏହା୨୦୨୧ ଜୁନ୍‌ରୁ ଆରମ୍ଭ ହେବ।
ତେବେ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହେବାକୁ ଥିବା ୩୩ଟି ଦଳ ୭ଟି ରିଜିଓନାଲ ଇଭେଣ୍ଟରୁ ପ୍ରଦର୍ଶନ ମାଧ୍ୟମରେ ବଛା ଯିବେ। ଆଫ୍ରିକା ଓ ଏସିଆରେ ୨- ଡିଭିଜନ କ୍ୱାଲିଫିକେଶ ପାଥ୍‌ଓ୍ବେ ଆୟୋଜନ ହେବ। ସେହିପରି ଆମେରିକା, ଇଷ୍ଟ ଏସିଆ ପ୍ୟାସିଫିକ୍‌ (ଇଏପି) ଓ ୟୁରୋପ ପାଇଁ ଓ୍ବାନ ଡିଭିଜନ କ୍ୱାଲିଫାଇଂ ପ୍ରକ୍ରିୟା ଆୟୋଜନ ହେବ। ପ୍ରତ୍ୟେକ ରିଜିଓନାଲ୍‌ କ୍ୱାଲିଫାୟର ବିଜେତା ୫ଟି ମଧ୍ୟରୁ ଗୋଟିଏ ସ୍ଥାନ ଅଧିକାର କରିବେ ଓ ବିଶ୍ୱକପ୍‌ ଖେଳିବାକୁ ଯୋଗ୍ୟତା ହାସଲ କରିବେ।
୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଭବିଷ୍ୟତର ତାରକା କ୍ରିକେଟରମାନେ ସୃଷ୍ଟି ହେବେ। ତେଣୁ କ୍ରିକେଟ ବିଶ୍ୱର କୋଣ ଅନୁକୋଣରେ ପହଞ୍ଚିବାର ଆବଶ୍ୟକତା ରହିଛି। ଏପରି ହେଲେ କ୍ରିକେଟର ଲୋକପ୍ରିୟତା ସାରା ବିଶ୍ୱରେ ବୃଦ୍ଧି ପାଇବ ବୋଲି ଆଇସିସି ହେଡ୍‌ ଅଫ୍‌ ଇଭେଣ୍ଟ୍‌ସ କ୍ରିସ୍‌ ଟେଟ୍‌ଲେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri