୨୭ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୩ ହଜାର ତଳେ ରହିଛି। ଏହା ୨,୧୩୫ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ତଳେ ରହିଛି। ଏହା ୯ ରହିଛି।

ଏହି ସମୟରେ ସକ୍ରିୟ ମାମଲା କମି ୨୬ ହଜାର ୨୯୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୨୦୮ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୮୩୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୧୮ ହଜାର ୫୩୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୬୩ ହଜାର ୪୦୬ଜଣ ସୁସ୍ଥ ହୋଇ ସାରିଛନ୍ତି।

Share