Posted inଖେଳ

୭ ବର୍ଷରୁ କମ୍‌ ଚେସ୍‌: ଅଦିତି, ସାତ୍ତ୍ୱିକ ଚାମ୍ପିୟନ

ଭୁବନେଶ୍ୱର, ୨୮।୮ (ତପନ ସ୍ବାଇଁ): ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ୭ ବର୍ଷରୁ କମ୍‌ ଚେସ୍‌ (ବାଳିକା-ବାଳକ) ଚାମ୍ପିୟନଶିପ୍‌ ରବିବାର ଏଠାରେ ଶେଷ ହୋଇଛି। ଏହାର ବାଳିକା ବିଭାଗରେ ଅଦିତି ମହାରଣା ଚାମ୍ପିୟନ ଓ ଅନନ୍ୟା ଅନ୍ବେଷା ମିଶ୍ର ରନରଅପ୍‌ ହୋଇଛନ୍ତି। ସେହିପରି ବାଳକ ବିଭାଗରେ ସାତ୍ତ୍ୱିକ ସ୍ବାଇଁ ଚାମ୍ପିୟନ ଓ ଅଦଭିକ୍‌ ଆଦିତ୍ୟ ସ୍ବାଇଁ ରନରଅପ୍‌ ଆଖ୍ୟା ଅର୍ଜନ କରିଛନ୍ତି। ଏହି ଖେଳାଳିମାନେ ୩୬ତମ ଜାତୀୟ ୭ ବର୍ଷରୁ କମ ଚାମ୍ପିୟନଶିପ୍‌ରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିବେ।

ଏହି ଜାତୀୟ ପ୍ରତିଯୋଗିତା କୋଲକାତାର ଅଲୀପୁରସ୍ଥିତ ଇଷ୍ଟର୍ନ ରେଲଓ୍ବେ ସ୍ପୋଟର୍‌ସ ଏକାଡେମୀରେ ସେପ୍ଟେମ୍ବର ୨୧ରୁ ୨୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଟପ୍‌-୧୦ରେ ସ୍ଥାନ ପାଇଥିବା ଖେଳାଳିଙ୍କ ବ୍ୟତୀତ ବିଭିନ୍ନ ବୟସ ବର୍ଗର ଶ୍ରେଷ୍ଠ ଖେଳାଳିଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ଉଦ୍‌ଯାପନୀ ଉତ୍ସବରେ ଅଲ୍‌ଇଣ୍ଡିଆ ଚେସ୍‌ ଆସୋସିଏଶନ ଯୁଗ୍ମ ସମ୍ପାଦକ ରଞ୍ଜନ ମହାନ୍ତି ମୁଖ୍ୟ ଅତିଥି, ଅଲ୍‌ଓଡ଼ିଶା ଚେସ୍‌ ଆସୋସିଏଶନ ସମ୍ପାଦକ ଦେବବ୍ରତ ଭଟ୍ଟ, କୋଷାଧ୍ୟକ୍ଷ ଶଙ୍କର ପ୍ରସାଦ ମିଶ୍ର, ଏସ.ଆର. ଚେସ୍‌ ସେଣ୍ଟର ନିର୍ଦ୍ଦେଶକ ସତ୍ୟରଞ୍ଜନ ପଟ୍ଟନାୟକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ। ଟୁର୍ନାମେଣ୍ଟ ନିର୍ଦ୍ଦେଶକ ସୁରେଶ ଚନ୍ଦ୍ର ସାହୁ, ମାଷ୍ଟର ଚେସ୍‌ ଫାଉଣ୍ଡେଶନ ପ୍ରତିଷ୍ଠାତା ବିକ୍ରମ କେଶରୀ ବିଶ୍ୱାଳ, ଅଧ୍ୟକ୍ଷ ସନ୍ତୋଷ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri