ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ମିଳିଥିବା ସୂଚନା ମୁତାବକ, ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଚାଲିଥିଲା ବେଳେ ଅଚାନକ ଏକ ସ୍ଲାବ୍ ଭୁଶୁଡ଼ି ପଡ଼ି ବହୁ ଗାଡ଼ି ଉପରେ ପଡ଼ିଥିଲା। ଫଳରେ ଗାଡ଼ିରେ ଥିବା ଏକାଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ଜଣଙ୍କର ମୃତ୍ୟୁ ହୋଇଛି।
ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ୍ ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି। ମେଟ୍ରୋ ପ୍ରକଳ୍ପ କାର୍ଯ୍ୟକୁ ନେଇ ସେ ସୁରକ୍ଷା ଦିଗକୁ ନିଶ୍ଚିତ କରିବାକୁ କହିଛନ୍ତି।