ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ ରିଂ ରୋଡ୍ ନିର୍ମାଣ କାର୍ଯ୍ୟ ଶେଷ ନ ହେଉଣୁ, ଗତ କିଛି ଦିନର ଲଗାଣ ବର୍ଷାରେ ଏହାର ବିଭିନ୍ନ ଅଂଶ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଛି। କାମ ନ ସରୁଣୁ ରାସ୍ତା ମାଟିରେ ମିଶିଯିବା ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି ଏବଂ ଏହାର ସ୍ଥାୟିତ୍ୱକୁ ନେଇ ସାଧାରଣରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ସୂଚନା ଅନୁଯାୟୀ, ବରଗଡ଼ ସାଇ ମନ୍ଦିରଠାରୁ ରୁହୁଣିଆଁ ପର୍ଯ୍ୟନ୍ତ ନିର୍ମାଣ ହେବାକୁ ଥିବା ଏହି ରିଂ ରୋଡ୍‌ର କାର୍ଯ୍ୟ ପୂର୍ବତନ ବିଜେଡି ସରକାର ସମୟରୁ ଆରମ୍ଭ ହୋଇଥିଲା। ହେଲେ ଦୀର୍ଘ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହାର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ନିର୍ମାଣ କାର୍ଯ୍ୟରେ ଅହେତୁକ ଶୀଥିଳତା ଏବଂ ମନ୍ଥର ଗତି ଯୋଗୁ ସାମାନ୍ୟ ବର୍ଷାରେ ହିଁ କୋଟି କୋଟି ଟଙ୍କାର ଅର୍ଥ ପାଣିରେ ପଡ଼ୁଥିବା ନେଇ ଜନସାଧାରଣ ଅଭିଯୋଗ କରିଛନ୍ତି।

ବର୍ତ୍ତମାନ ବର୍ଷା ଦିନ ଆରମ୍ଭ ହୋଇଥିବା ବେଳେ ଆଗକୁ ଜୀରା ନଦୀରେ ବନ୍ୟା ଆସିବାର ସମ୍ଭାବନା ରହିଛି। ଯଦି ପ୍ରଥମ ପର୍ଯ୍ୟାୟ ଲଗାଣ ବର୍ଷାରେ ନିର୍ମାଣାଧୀନ ରାସ୍ତାର ଏଭଳି ଅବସ୍ଥା ହୋଇଛି, ତେବେ ନଦୀରେ ବନ୍ୟା ଜଳ ଆସିଲେ ଏହି ଆଧାପାନ୍ତରିଆ ରିଂ ରୋଡ୍‌ର ଅସ୍ତିତ୍ୱ ରହିବ କି ନାହିଁ, ତାକୁ ନେଇ ସହରବାସୀ ଚିନ୍ତାରେ ପଡ଼ିଛନ୍ତି। ନଦୀକୂଳିଆ ଅଞ୍ଚଳର ସୁରକ୍ଷା ପାଇଁ ଉଦ୍ଦିଷ୍ଟ ଏହି ପ୍ରକଳ୍ପ ଯଦି ନିଜେ ସୁରକ୍ଷିତ ନୁହେଁ, ତେବେ ଏହା ସହରକୁ କିଭଳି

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

୧୦ ଜିଲାରେ ହେବ ବମ୍ପର ନିଯୁକ୍ତି: ୨,୭୮୦ କୋଟିର ନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଳ୍ପ ଓ ପୁଞ୍ଜି ନିବେଶ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଶୁକ୍ରବାର ୨,୭୮୦ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri