ଚାପରେ ନିର୍ଦ୍ଦେଶ ବଦଳିଲା

ଢେଙ୍କାନାଳ ଅଫିସ୍‌, ୧୨ା୭:ବିଦ୍ୟାଳୟ ପରିସରକୁ ଗଣମାଧ୍ୟମ ପ୍ରତିନିଧିମାନେ କ୍ୟାମେରା ନେଇ ଯାଇପାରିବେ ନାହିଁ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ଏଭଳି ଏକ ବିବାଦୀୟ ନିର୍ଦ୍ଦେଶନାମାକୁ ନେଇ ସାରା ରାଜ୍ୟରେ ତୁମ୍ବିତୋଫାନ ଉଠିବା ପରେ ନିଷ୍ପତ୍ତି ବଦଳିଛି। କଙ୍କଡ଼ାହାଡ଼ ବ୍ଲକ କାର୍ଯ୍ୟାଳୟରେ ସୋମବାର ଅନୁଷ୍ଠିତ ମିଳିତ ଜନଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ପୂର୍ବ ନିଷ୍ପତ୍ତିକୁ ପ୍ରତ୍ୟାହାର କରି ନିଆଯାଇଛି। ଏ ନେଇ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ଏକ ଚିଠି (ନଂ. ୧୦୯୬/ ୧୧.୭.୨୦୨୨) ପ୍ରକାଶିତ ହୋଇଛି। ବିନା ଅନୁମତିରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ବ୍ଲକର କୌଣସି ସରକାରୀ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଉଚ୍ଚ ବିଦ୍ୟାଳୟରେ ପ୍ରବେଶ କରିବାକୁ ଦିଆଯିବ ନାହିଁ ବୋଲି ଗତ ଜୁନ୍‌ ୮ରେ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଚିଠି (ନଂ. ୧୦୬୬)ରେ ଯେଉଁ ନିର୍ଦ୍ଦେଶ ଦିଆଯାଇଥିଲା, ତାହାକୁ ପ୍ରତ୍ୟାହାର କରି ନିଆଯାଇଥିବା ଏଥିରେ ଦର୍ଶାଯାଇଛି।
ରାଜ୍ୟର କେତେକ ଜିଲାର ବ୍ଲକ ଶିକ୍ଷାଧିକାରୀମାନେ ଅନୁରୂପ ନିର୍ଦ୍ଦେଶନାମା ଜାରି କରିବା ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ତୀବ୍ର ସମାଲୋଚନାର ଶିକାର ହେବାକୁ ପଡ଼ିଥିଲା। ଏହାକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଘେରିଥିବାବେଳେ ଅଭିଭାବକ ସଂଘ ସ୍କୁଲରେ ତାଲା ପକାଇବ ବୋଲି ଚେତାବନୀ ଦେଇଥିଲା। ଏପରି କି ଗଣମାଧ୍ୟମ ସମ୍ମୁଖକୁ ଆସି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ସ୍ପଷ୍ଟୀକରଣ ଦେବାକୁ ପଡ଼ିଥିଲା। ଏଭଳି ବିବାଦୀୟ ନିର୍ଦ୍ଦେଶକୁ ନେଇ ସମାଲୋଚନାର ଶିକାର ହେବା ପରେ ଚାପରେ ପଡ଼ି ବ୍ଲକ ଶିକ୍ଷା ବିଭାଗ ନିଷ୍ପତ୍ତି ବଦଳାଇଥିବା ଆଲୋଚନା ହେଉଛି। ଏ ସଂକ୍ରାନ୍ତରେ ପ୍ରତିକ୍ରିୟା ନେବା ପାଇଁ ବିଇଓ ହରିହର ଦେହୁରୀଙ୍କ ମୋବାଇଲ (ନଂ. ୯୪୩୮୬୨୯୯୫୫, ୯୬୬୮୩୪୪୮୪୯) ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ୍‌ ସୁଇଚ୍‌ ଅଫ୍‌ ଥିଲା।
ସୂଚନାଯୋଗ୍ୟ, ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ଦୁଇଦିନ ତଳେ ଏକ ଚିଠି କରାଯାଇଥିଲା। ଏଥିରେ ଉଲ୍ଲେଖ କରାଯାଇଥିଲା, କିଛି ଲୋକ କ୍ୟାମେରା ଧରି ସ୍କୁଲ ଭିତରେ ପଶି ପିଲା ଓ ଶିକ୍ଷକଙ୍କୁ ପ୍ରଶ୍ନ ପଚାରୁଛନ୍ତି। ଏହାକୁ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରସାରଣ କରୁଛନ୍ତି, ଯାହା ଗ୍ରହଣଯୋଗ୍ୟ ନୁହେଁ। ଏଣିକି ସ୍କୁଲରେ ପ୍ରବେଶ ପୂର୍ବରୁ ସମ୍ପୃକ୍ତ ବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଅନୁମତି ନେବାକୁ ପଡ଼ିବ। ଏହାକୁ ଅବମାନନା କଲେ ସେହି ସ୍କୁଲର ପ୍ରଧାନ ଶିକ୍ଷକ ସମ୍ପୃକ୍ତ ଗଣମାଧ୍ୟମ ପ୍ରତିନିଧିଙ୍କ ନାମରେ ଥାନାରେ ଏତଲା ଦେବେ। କେବଳ ଏତିକି ନୁହେଁ, ଢେଙ୍କାନାଳ ଜିଲା ସମଗ୍ର ଶିକ୍ଷା ଅଭିଯାନ ପ୍ରକଳ୍ପ କାର୍ଯ୍ୟାଳୟରୁ ମଧ୍ୟ ଅନୁରୂପ ଚିଠି କରାଯାଇ ନିର୍ଦ୍ଦେଶ କଡ଼ାକଡ଼ି ପାଳନ କରାଯିବାକୁ କୁହାଯାଇଥିଲା।

ଯାଇପାରିବେ, କିନ୍ତୁ ପାଠପଢ଼ା ସମୟରେ ନୁହେଁ: ଜିଲାପାଳ
ବିଦ୍ୟାଳୟ ପରିସରକୁ ଗଣମାଧ୍ୟମର ପ୍ରବେଶ ଉପରେ କଟକଣା ପ୍ରସଙ୍ଗ ରାଜ୍ୟ ରାଜନୀତିକୁ ସରଗରମ କରିଥିବାବେଳେ ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ ମତ ରଖିଛନ୍ତି। ସେ କହିଛନ୍ତି, ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧି ଯାଇପାରିବେ, କିନ୍ତୁ ପାଠପଢ଼ା ସମୟରେ ନୁହେଁ। କାରଣ କ୍ୟାମେରା ଧରି ସ୍କୁଲ ହତାକୁ ପ୍ରବେଶ କରିବା ଫଳରେ ଶିକ୍ଷାଦାନ ପ୍ରଭାବିତ ହେଉଛି। ତେଣୁ ଗଣମାଧ୍ୟମ ପ୍ରତିନିଧି ଚାହିଁଲେ ପାଠପଢ଼ା ସରିବା ପରେ ସ୍କୁଲ ପରିଚାଳନା କମିଟି, ପୁରାତନ ଛାତ୍ର ସଂଘ ଏବଂ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?