Posted inଜାତୀୟ

ଶନିବାର ରୋଜଗାର ମେଳାରେ ୫୧ ହଜାର ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ଅକ୍ଟୋବର ୨୮ତାରିଖ ଅପରାହ୍ନ ଗୋଟାଏ ସମୟରେ ୫୧ ହଜାରରୁ ଅଧିକ ନିଯୁକ୍ତିପତ୍ର ନବନିଯୁକ୍ତମାନଙ୍କୁ ଆଭାସୀ ମାଧ୍ୟମରେ ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ନିଜର ଅଭିଭାଷଣ ରଖିବେ।

ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ନିଯୁକ୍ତି ସରକାରଙ୍କ ବିଭିନ୍ନ ବିଭାଗରେ ହେଉଥିବାବେଳେ, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରମାନେ ମଧ୍ୟ ଏହି ପଦକ୍ଷେପରେ ସହାୟତା କରୁଛନ୍ତି । ଏହି ନବନିଯୁକ୍ତ ଗଣ ଦେଶବ୍ୟାପୀ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ଯୋଗଦେବେ । ସେଗୁଡିକ ମଧ୍ୟରେ ରେଳ ମନ୍ତ୍ରଣାଳୟ, ଡାକବିଭାଗ, ଗୃହ ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗଣଶିକ୍ଷା ବିଭାଗ ଓ ସାକ୍ଷରତା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଇତ୍ୟାଦି ଅନ୍ତର୍ଭୁକ୍ତ ।

ନିଯୁକ୍ତି ସୁଯୋଗକୁ ଅଗ୍ରାଧିକାର ଦେଇଥିବା ପ୍ରଧାନମନ୍ତ୍ରୀଙ୍କ ଅଙ୍ଗୀକାରବଦ୍ଧତାକୁ ସାକାର କରିବା ପାଇଁ ରୋଜଗାର ମେଳା ଏକ ପଦକ୍ଷେପ । ଆଗକୁ ରୋଜଗାର ସୃଷ୍ଟି ନିମନ୍ତେ ରୋଜଗାର ମେଳା ଏକ ଉତ୍‌ପ୍ରେରକ ଭାବେ କାର୍ଯ୍ୟ କରିବା ସହ ଯୁବଗୋଷ୍ଠୀକୁ ସଶକ୍ତ କରିବ ଓ ଜାତୀୟ ବିକାଶରେ ସାମିଲ କରିବା ପାଇଁ ମଧ୍ୟ ସୁଯୋଗ ଦେବ ।

ନବନିଯୁକ୍ତଗଣ ମଧ୍ୟ ଅନଲାଇନ୍ ମୋଡୁଲ କର୍ମଯୋଗୀ ପ୍ରାରମ୍ଭ ଜରିଆରେ ନିଯୁ୍‌କ୍ତି ତାଲିମ ପ୍ରାପ୍ତ କରିପାରିବେ । iGOT କର୍ମଯୋଗୀ ପୋର୍ଟାଲ ଜରିଆରେ ୭୫୦ରୁ ଊର୍ଦ୍ଧ୍ୱ ଇ-ଶୈକ୍ଷିକ ପାଠ୍ୟକ୍ରମ ଉପଲବ୍ଧ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri