ତ୍ରୁଟି ସୁଧାରିବା ପାଇଁ ଚାଲିଛି ସମୀକ୍ଷା: ମନମୋହନ

ରାୟଗଡ଼ା,୪।୮(ଆଶିଷ ରଞ୍ଜନ ପଣ୍ଡା): ପ୍ରଥମ ଥର ପାଇଁ ରାଜ୍ୟରେ ଭାଜପା ସରକାର ଗଠନ କରିଛି। ହେଲେ ରାୟଗଡ଼ା ଜିଲାରେ ଦଳ ଆଶାନୁରୂପ ସଫଳତା ପାଇପାରି ନାହିଁ ବୋଲି ଶନିବାର ରାୟଗଡ଼ା ଗସ୍ତରେ ଥିବା ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଗତ ନିର୍ବାଚନରେ ଜିଲାର ୩ ବିଧାନସଭା ଆସନରେ ଭାଜପା ତୃତୀୟ ସ୍ଥାନରେ ରହିଛି। ଦଳର ସାଙ୍ଗଠନିକ ସ୍ଥିତି ଦୁର୍ବଳ ଥିବା ନେଇ କମିଟି ରିପୋର୍ଟ ଦେଇଛି। ଉକ୍ତ ରିପୋର୍ଟକୁ ଦେଖିବା ପରେ ଦଳ ତ୍ରୁଟି ସୁଧାରି ଆଗକୁ ବଢ଼ିବ ଓ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ଜିଲାରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ମନମୋହନ କହିଛନ୍ତି। ତେବେ ଭାଜପାର ଭୋଟ ହାର ୨୦୧୯ ନିର୍ବାଚନ ଅପେକ୍ଷା ୨୦୨୪ରେ ବୃଦ୍ଧି ପାଇଛି ବୋଲି ସେ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୨୪ ନିର୍ବାଚନ ସମୟରେ ଟିକେଟ ଛକାପଞ୍ଝାରେ ଭାଜପା ବିଭିନ୍ନ ଭାଗରେ ବିଭକ୍ତ ହୋଇଥିବା ଦେଖିବାକୁ ମିଳିଥିଲା। ସମ୍ଭବତଃ ତାହାକୁ ଦେଖି ଜନସାଧାରଣ ଜିଲାରେ ଭାଜପାକୁ ପ୍ରତ୍ୟାଖାନ କରିଥାଇପାରନ୍ତି ବୋଲି ରାଜନୈତିକ ସମୀକ୍ଷକମାନେ ମତ ପ୍ରକାଶ କରିଛନ୍ତି। ଲଗାତର ଆସନ ହାତେଇ ଥିବା ବିଜେଡିର ମଧ୍ୟ ଗୋଷ୍ଠୀ କନ୍ଦଳ ପରାଜୟର କାରଣ ପାଲଟିଛି। ତେଣୁ କଂଗ୍ରେସ ଏଠାରୁ ଫାଇଦା ନେଇଛି। ଜିଲାର ୩ଟି ବିଧାନସଭା ଆସନ ଦଖଲ ସହିତ ଦ୍ୱିତୀୟ ଥର ପାଇଁ କଂଗ୍ରେସ କୋରାପୁଟ ଲୋକ ସଭା ଆସନରେ ପାଇଥିବା ବିପୁଳ ଭୋଟରେ ରାୟଗଡ଼ାର ଅବଦାନ ଯଥେଷ୍ଟ ରହିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri