ଅନୁଗୋଳ ଅଫିସ, ୨୯।୩: ଅନୁଗୋଳ ଜିଲା ଜରାସିଂହା ଗ୍ରାମରେ ରବିବାର ସନ୍ଧ୍ୟାରେ ସ୍ପେଶାଲ ସ୍କାର୍ଡ ପୋଲିସ ଚଢ଼ାଉକରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିଛି ।
ସୂଚନାନୁସାରେ, ଜରାସିଂହା ଗ୍ରାମର ଜିତେନ୍ଦ୍ର କୁମାର ସାହୁ ନାମକ ଜଣେ ବ୍ୟକ୍ତି ଚୋରା ମଦ କାରବାର କରୁଥିବା ଖବର ପାଇ ସ୍ପେଶାଲ ସ୍କ୍ବାର୍ଟ ଅଫିସର ଦୀନକୃଷ୍ଣ ମିଶ୍ରଙ୍କ ନେତୃତ୍ୱରେ ଏକ ଟିମ୍ ଚଢାଉ କରିଥିଲା । ଚଢ଼ାଉ ବେଳେ ଜିତେନ୍ଦ୍ର କରିଥିବା କୁକୁଡା ଫାର୍ମର ଅଣ୍ଡରଗ୍ରାଉଣ୍ଡରେ ଏକ ଘର ଭିତରେ ମଦ ଥିବା ଦେଖିବାକୁ ମିଳିଥିଲା। ଏହି ଘରୁ ପ୍ରାୟ ୨୦ ଲିଟର ଦେଶୀ ମଦ ଓ ୩୦୦ ଲିଟର ବିଦେଶୀ ମଦ ଜବତ କରାଯାଇଛି। ସ୍ପେଶାଲ ସ୍କ୍ବାର୍ଡ ପୋଲିସ ଜବତ ମଦକୁ ଅନୁଗୋଳ ସଦର ଥାନା ପୋଲିସକୁ ହସ୍ତାନ୍ତର କରିଥିବା ବେଳେ ମଦ ବିକ୍ରି କରୁଥିବା ଅଭିଯୋଗରେ ଜିତେନ୍ଦ୍ର ସାହୁକୁ ଅଟକ ରଖିଛି । ଅନେକ ଦିନ ହେଲା ଏହି ଚୋରା ମଦ କାରବାର ଚାଲିଆସୁଥିବା ବେଳେ ପୋଲିସ କିଭଳି ଜାଣି ପାରୁ ନ ଥିଲା ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
କୁକୁଡ଼ା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ: ବିପୁଳ ପରିମାଣର ମଦ ଜବତ, ଜଣେ ଅଟକ
Posted inଅନୁଗୋଳ, ଅପରାଧ, ଆମ ଜିଲା ଖବର View All
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…
ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…
ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା
ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…
ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା
ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍ ଓ ଦୁଇଟି ବାଇକ୍ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…
ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର
ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

