ଦୁନିଆର ଆବଶ୍ୟକତାକୁ ବୁଝିଲେ ସ୍କିଲ୍‌ ଦୂରତାକୁ ହ୍ରାସ କରିପାରିବା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ବଜାରର ଆବଶ୍ୟକତା ଏବଂ ଭିତ୍ତିଭୂମିର ବିକାଶ ପାଇଁ ଦରକାର ଥିବା ଦକ୍ଷତା ଉପରେ ମ୍ୟାପିଂ ହେବା ଦରକାର। ଦୁନିଆର ଆବଶ୍ୟକତାକୁ ବୁଝିଲେ ହିଁ ଆମେ ସ୍କିଲ୍‌ ଦୂରତାକୁ ହ୍ରାସ କରିପାରିବା ବୋଲି ମଙ୍ଗଳବାର ନୂଆଦିଲ୍ଲୀଠାରେ ‘ଇଣ୍ଡିଆ ସ୍କିଲ୍‌ ୨୦୨୩-୨୪’ର ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ବାନ କରିଛନ୍ତି। ସେହିପରି ସ୍କିଲ୍‌ ପ୍ରତିଯୋଗିତାରେ ୨୫ ଲକ୍ଷ ଲୋକଙ୍କୁ ଯୋଡ଼ିବା ପାଇଁ ଧର୍ମେନ୍ଦ୍ର ଆହ୍ବାନ କରିଛନ୍ତି।
ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ୨୦୨୪ ସୁଦ୍ଧା ବିକଶିତ ଭାରତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଭାରତକୁ ବିକଶିତ କରିବାକୁ ହେଲେ ସମସ୍ତଙ୍କୁ ସ୍କିଲ୍‌ଡ କରିବାକୁ ହେବ। ଭାରତ ହେଉଛି ଯୁବଶକ୍ତିର ଦେଶ। ଯୁବବର୍ଗଙ୍କୁ ସ୍କିଲ୍‌ଡ ନ କଲେ ବିକଶିତ ଭାରତର ଲକ୍ଷ୍ୟ ପୂରଣ ହୋଇପାରିବ ନାହିଁ। ତେଣୁ ଶିଳ୍ପ, ଶିକ୍ଷାନୁଷ୍ଠାନ ସହ ମିଳିତ ଭାବେ ସମସ୍ତଙ୍କ ସାମର୍ଥ୍ୟକୁ ଜନଆନ୍ଦୋଳନରେ ପରିଣତ କରିବାକୁ ହେବ। ଦେଶରେ ବେରୋଜଗାରୀ ହ୍ରାସ ପାଇଛି। ଭାରତରେ ୨୦୧୭ରେ ବେରୋଜଗାରୀ ହାର ୬ ପ୍ରତିଶତ ଥିବାବେଳେ ୨୦୨୨-୨୩ରେ ଏହା ୩.୨ ପ୍ରତିଶତରେ ପହଞ୍ଚିଛି। କ୍ରମାଗତ ଭାବେ କର୍ମକ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ବଢୁଛି। ସମସ୍ତଙ୍କୁ ବିଶେଷ ଭାବେ କର୍ମ କ୍ଷେତ୍ରରେ ଥିବା ସବୁ ଗ୍ରୁପର ଲୋକଙ୍କୁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ୍‌ ସ୍କିଲିଂ କରାଇବାକୁ ପଡ଼ିବ। ଭାରତର ହସ୍ତତନ୍ତ, ବୟନ ଶିଳ୍ପ ଦୁନିଆର କେଉଁ ସ୍ଥାନରେ ମିଳେନାହିଁ। ଏହା ହିଁ ଆମ ଭାରତର ଦକ୍ଷତା। ବିଶ୍ୱ ଏବେ ଭାରତକୁ ଅନୁସରଣ କରୁଛି। ଆମ ଦେଶରେ ପୁସ୍ତକର ମହତ୍ତ୍ୱ ଅଧିକ। ତେବେ ଡିଗ୍ରୀ ଅପେକ୍ଷା ଅଧିକ ସାମର୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର। ଦେଶର ଛାତ୍ରୀଛାତ୍ରମାନେ ବିଶେଷ ପାଠ୍ୟକ୍ରମକୁ ଆପଣାଇବାରେ ଆଗକୁ ବଢୁଛନ୍ତି। ସମସ୍ତଙ୍କ ମଧ୍ୟରେ କିଛି ନା କିଛି ରୁଚି ଅଛି। ପିଲାଙ୍କ ରୁଚି ଅନୁସାରେ ପାଠ ପଢ଼ାଇବା ଉପରେ ଜାତୀୟ ଶିକ୍ଷା ନୀତିରେ ପ୍ରାଧାନ୍ୟ ଦିଆଯାଇଛି ବୋଲି ସେ କହିଛନ୍ତି। ଏହି ଅବସରରେ ୱାର୍ଲଡ ସ୍କିଲ୍ସ ୨୦୨୨ର ବିଜେତାଙ୍କୁ ସମ୍ବର୍ଦ୍ଧିତ କରିବା ସହ କେନ୍ଦ୍ରମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?