Posted inଜାତୀୟ

ଅଣ୍ଡର ଓ୍ବାର୍ଲଡ ଡନ ଛୋଟା ଶକିଲଙ୍କ ଶଳା ଆରିଫ ଶେଖଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୬: ଅଣ୍ଡରୱାର୍ଲଡ ଡନ ଛୋଟା ଶକିଲଙ୍କ ସମ୍ପର୍କୀୟ ଶଳା ଆରିଫ ଶେଖ ଓରଫ ଆରିଫ ଭାଇଜାନଙ୍କର ମୁମ୍ବାଇରେ ହୃଦଘାତରେ ମୃତ୍ୟୁ ଘଟିଛି। ଟେରର ପଣ୍ଡିଂ ମାମଲାରେ ଗିରଫ ହୋଇଥିବା ଆରିଫ ଶେଖ ହେଉଛନ୍ତି ଛୋଟା ଶକିଲଙ୍କ ଶଳା। ଗିରଫ ପରଠାରୁ ସେ ଆର୍ଥର ରୋଡ ଜେଲରେ ଦଣ୍ଡ ଭୋଗୁଥିଲେ। ଜେଲରେ ଆରିଫ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବା ଆରମ୍ଭ କରିଥିଲେ, ପରେ ପୋଲିସ ତାଙ୍କୁ ଚିକିତ୍ସା ପାଇଁ ମୁମ୍ବାଇର ଜେଜେ ହସ୍ପିଟାଲରେ ଭର୍ତ୍ତି କରିଥିଲା।

ତେବେ ଚିକିତ୍ସା ସମୟରେ ଆରିଫଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ଅଣ୍ଡରୱାଲର୍‌ଡ ଡନ ଏବଂ ଗ୍ୟାଙ୍ଗଷ୍ଟର ଦାଉଡ ଇବ୍ରାହିମ ଏବଂ ତାଙ୍କ ସହଯୋଗୀ ଛୋଟା ଶକିଲଙ୍କୁ ସାହାଯ୍ୟ କରିଥିବା ଅଭିଯୋଗ ହୋଇଥିଲା। ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଦ୍ୱାରା ୬୧ ବର୍ଷିୟ ଆରିଫ ଶେଖଙ୍କୁ ମେ ୨୦୨୨ରେ ଗିରଫ କରାଯାଇଥିଲା। ସେ ଦାଉଦ ଇବ୍ରାହିମ ଏବଂ ଶକିଲଙ୍କ ସମେତ ଦାଉଦ ଗ୍ୟାଙ୍ଗର ଅନେକ ସଦସ୍ୟଙ୍କୁ ସାହାଯ୍ୟ କରିଥିବା ଅଭିଯୋଗ ହୋଇଥିଲା। ଗିରଫ ପରେ ତାଙ୍କୁ ଗତ ଦୁଇ ବର୍ଷ ଧରି ଆର୍ଥର ରୋଡ ଜେଲରେ ରଖାଯାଇଥିଲା।
ହିନ୍ଦୁସ୍ତାନ ଟାଇମ୍ସ ରିପୋର୍ଟ ଅନୁଯାୟୀ, ନିଶ୍ୱାସ ପ୍ରଶ୍ୱାସ ନେବା ଏବଂ ଛାତିରେ ଯନ୍ତ୍ରଣା ହେତୁ ଆରିଫ ଶେଖଙ୍କୁ ଶୁକ୍ରବାର (ଜୁନ ୨୧) ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆରିଫଙ୍କ ସମ୍ପର୍କୀୟ କହିଛନ୍ତି ଯେ ତାଙ୍କର ଦୁଇଟି ଝିଅ ଅଛନ୍ତି ଏବଂ ତାଙ୍କର ସ୍ବାସ୍ଥ୍ୟଗତ ସମସ୍ୟା ନାହିଁ। ସେ କହିଛନ୍ତି, ତାଙ୍କର କୌଣସି ଅସୁବିଧା ନଥିଲା ଏବଂ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଭଲ ଥିଲା। କର୍ତ୍ତୃପକ୍ଷ ଆମକୁ କିଛି କହୁ ନାହାଁନ୍ତି ଏବଂ ଆମେ ଜେଜେ ହସ୍ପିଟାଲରୁ ତଥ୍ୟ ସଂଗ୍ରହ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri