ଆନ୍ଦୋଳନକୁ ଓହ୍ଲାଇଲେ ଅଣନିଯୁକ୍ତ ଡାକ୍ତର

ଭୁବନେଶ୍ୱର,୯।୧୨: ସରକାର କହୁଛନ୍ତି ରାଜ୍ୟରେ ଡାକ୍ତର ନାହାନ୍ତି। କିନ୍ତୁ ଏପଟେ ୧୬୦୦ ଡାକ୍ତର ବେକାର ହୋଇ ବସିଛନ୍ତି। ଏଭଳି ଅଭିଯୋଗ ଆଣି ବେକାର ବସିଥିବା ଡାକ୍ତରମାନେ ବୁଧବାର ଆନ୍ଦୋଳନକୁ ଓହ୍ଲାଇଥିଲେ। ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିରେ ଧାରଣାରେ ବସିବା ସହ ବିକ୍ଷୋଭ ପ୍ରଦର୍ଶନ ମାଧ୍ୟମରେ ଦାବି ରଖିଥିଲେ। ଓପିଏସ୍‌ସି ଦ୍ୱାରା ୨୦୨୧-୨୨ ପାଇଁ ଆସିଥିବା ନିଯୁକ୍ତିପତ୍ରକୁ ବାତିଲ କରିବା ସହ ଯଥାଶୀଘ୍ର ନୂତନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ଓ ପରୀକ୍ଷା ପରେ ଓ୍ବେଟିଂ ଲିଷ୍ଟ ଜାରି କରିବାକୁ ସେମାନେ ଦାବି କରିଛନ୍ତି। ବର୍ତ୍ତମାନ ନିଯୁକ୍ତିପତ୍ରରେ ୧୮୭୧ଟି ପଦବୀରେ ସାଧାରଣ ବର୍ଗ ଡାକ୍ତରଙ୍କ ପାଇଁ ୧୯୬ଟି ପଦବୀ ଅଛି। କିନ୍ତୁ ସାଧାରଣ ବର୍ଗରେ ୧୬୦୦ଡାକ୍ତର ଘରେ ବସିଛନ୍ତି। ଏତେ ସଂଖ୍ୟକ ସଂରକ୍ଷିତ ବର୍ଗର ପଦବୀ ବର୍ଷବର୍ଷ ଧରି ଖାଲି ପଡ଼ୁଥିବା ସତ୍ତ୍ୱେ ୧୬୭୫ ସଂରକ୍ଷିତ ପଦବୀ ପାଇଁ ୧୦୦ଟି ସଂରକ୍ଷିତ ବର୍ଗର ଡାକ୍ତର ନାହାନ୍ତି। ସରକାର ଡାକ୍ତର ନ ଥିବାର ଏକ କୃତ୍ରିମ ଅଭାବ ସୃଷ୍ଟି କରୁଛନ୍ତି ବୋଲି ଏସିବି ଛାତ୍ର ସଂସଦର ପୂର୍ବ ସଭାପତି ଡା. ଦୀପକ ସାମଲ କହିଛନ୍ତି। ଏପରିକି ଭାଜପା ବିଧାୟକ ଡାକ୍ତର ବୁଦ୍ଦାନ ମୁର୍ମୁ ଓ ନବ ଚରଣ ମାଝି ଏହି ସମସ୍ୟାର ସମାଧାନ ସହ ବିଧାନସଭାରେ ଏ ବିଷୟରେ ଉଠାଇବାକୁ ପ୍ରତିଶ୍ରୁତି ଦେଇଥିବା ସେ ଜଣାଇଛନ୍ତି। ଏହି ଅବସରରେ ଡାକ୍ତର ପ୍ରତିନିଧି ଦଳ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ଭେଟି ଦାବି ଓ ସମସ୍ୟା ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri