ଦରମା ମିଳୁନି, ଶ୍ରମିକଙ୍କ ଆନ୍ଦୋଳନ

ବଇଣ୍ଡା,୯।୩(ଡି.ଏନ.ଏ.): କିଶୋରନଗର ବ୍ଲକ ବାମୁର ନିକଟସ୍ଥ ଭାଙ୍ଗମୁଣ୍ଡାଠାରେ ଥିବା ଠିକା ସଂସ୍ଥା ଗାୟତ୍ରୀରେ କାର୍ଯ୍ୟ କରୁଥିବା ଶତାଧିକ ଶ୍ରମିକଙ୍କୁ ୬ ମାସ ହେବ ଦରମା ମିଳିନାହିଁ। ଫଳରେ ସେମାନେ ମଙ୍ଗଳବାର କ୍ୟାମ୍ପ ଫାଟକ ବନ୍ଦ କରି ଆନ୍ଦୋଳନ କରିଛନ୍ତି। ଏଥିସହ ଅନୁଗୋଳ ଜିଲାପାଳଙ୍କୁ ମଧ୍ୟ ଅଭିଯୋଗ କରିଛନ୍ତି। ଅଭିଯୋଗରେ ଶ୍ରମିକମାନେ ଦର୍ଶାଇଛନ୍ତି, ୫୫ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ ଠିକା ନେଇଥିବା ଏହି କମ୍ପାନୀରେ ବାମୁର ତଥା ଆଖପାଖ ଅଞ୍ଚଳର ଶତାଧିକ ଶ୍ରମିକ କାମ କରୁଛନ୍ତି। ହେଲେ ସେମାନଙ୍କୁ ସେପ୍ଟେମ୍ବର ୨୦୨୧ଠାରୁ ଦରମା ଦିଆଯାଇ ନାହିଁ। ଏପରି କି ଟଙ୍କା ମାଗିଲେ ଧମକ ଦିଆଯାଉଛି। ପରିବାର ଚଳାଇବା କଷ୍ଟକର ହୋଇପଡ଼ିଥିବା ବେଳେ ସଂସ୍ଥା କର୍ତ୍ତୃପକ୍ଷ ଦରମା ଦେଉ ନ ଥିବାରୁ ଶ୍ରମିକମାନେ ଅସନ୍ତୋଷ ପ୍ରକାଶ କରି ଆନ୍ଦୋଳନ କରିଛନ୍ତି। ଖବରପାଇ ସଂସ୍ଥା କର୍ତ୍ତୃପକ୍ଷ ୭ ଦିନ ମଧ୍ୟରେ ଦରମା ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଶ୍ରମିକମାନେ ଆନ୍ଦୋଳନରୁ ବିରତ ହୋଇନାହାନ୍ତି। ଏପରି କି ଦରମା ପ୍ରଦାନ କରା ନ ଗଲେ ଆଗାମୀ ଦିନରେ ବଡଧରଣର ଆନ୍ଦୋଳନ କରାଯିବ ବୋଲି ଶ୍ରମିକ ମିଳନ କୁମାର ପ୍ରଧାନ, ରମାକାନ୍ତ ଚୌଧୁରୀ, ବିରଞ୍ଚି ବେହେରା, ଅବନୀ ସାମଲ, ବିଦ୍ୟାଧର ପ୍ରଧାନ, ରବିନାରାୟଣ ପ୍ରଧାନ, ଜିତେନ୍ଦ୍ର ପ୍ରଧାନ, ବିନୟ ସାହୁ, ହିମାଂଶୁ ବେହେରା, ଦୁଷ୍ମନ୍ତ ପ୍ରଧାନ, ଚନ୍ଦନ ସାହୁ, ଛବିଳ ପ୍ରଧାନ, ନବ ନାୟକ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ଠିକାସଂସ୍ଥାର ପରିଚାଳକ ଗେଲି ଡେବେରା ପଦ୍ମନାଭମ କହିଛନ୍ତି, ଶ୍ରମିକଙ୍କ ସମସ୍ୟାର ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri