Posted inଜାତୀୟ

ଛତିଶଗଡ଼ରେ ଆଜିଠୁ ବେରୋଜଗାରି ଭତ୍ତା

ନୂଆଦିଲ୍ଲୀ,୧।୪: ଛତିଶଗଡ଼ ସରକାର ଏପ୍ରିଲ ୧ରୁ ରାଜ୍ୟରେ ବେରୋଜଗାରି ଭତ୍ତା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନାରେ ଛତିଶଗଡ଼ର ବେକାର ଯୁବତୀଯୁବକମାନଙ୍କୁ ରାଜ୍ୟ ସରକାର ମାସିକ ୨,୫୦୦ ଟଙ୍କା ଲେଖାଏ ଯୋଗାଇଦେବେ। ଏଥିପାଇଁ ରାଜ୍ୟ ବଜେଟରେ ୨୫୦ କୋଟି ଟଙ୍କା ବ୍ୟୟବରାଦ ଘୋଷଣା କରାଯାଇଛି। ଗତ ୬ ତାରିଖରେ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ବିଧାନସଭାରେ ୨୦୨୩-୨୪ ବର୍ଷ ପାଇଁ ୧,୨୧,୫୦୦ କୋଟି ଟଙ୍କାର ବଜେଟ ଉପସ୍ଥାପନ କଲାବେଳେ ରାଜ୍ୟ ବେରୋଜଗାରି ଭତ୍ତା ଘୋଷଣା କରିଥିଲେ। ଅଙ୍ଗନଓ୍ବାଡି କର୍ମୀ, ଗୃହରକ୍ଷୀ, ଗାଁ କଟଓ୍ବାର ଓ ଅନ୍ୟ କର୍ମଚାରୀମାନଙ୍କ ମାସିକ ପାରିତୋଷିକ ବଢ଼ିବ ବୋଲି ମଧ୍ୟ ସେ କହିଥିଲେ। ବେରୋଜଗାରି ଭତ୍ତା ପାଇବାକୁ ହେଲେ ଯୁବତୀଯୁବକ ଛତିଶଗଡ଼ ଜନ୍ମିତ ହୋଇଥିବେ ଏବଂ ସେମାନଙ୍କ ବୟସ ୧୮ରୁ ୩୫ ବର୍ଷ ମଧ୍ୟରେ ହୋଇଥିବ। ସେମାନେ ଦ୍ୱାଦଶ ପାସ୍‌ କରିଥିବେ ଏବଂ ପରିବାରର ବାର୍ଷିକ ଆୟ ୨.୫ ଲକ୍ଷ ଟଙ୍କାରୁ କମ୍‌ ହୋଇଥିବ। ଏଥିସହିତ ସେମାନେ ଜିଲା ନିୟୋଜନ କେନ୍ଦ୍ର ଏବଂ ଛତିଶଗଡ଼ର ଆତ୍ମନିଯୁକ୍ତି ମାର୍ଗଦର୍ଶନ କେନ୍ଦ୍ରରେ ପଞ୍ଜୀକୃତ ହୋଇଥିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri